ବିଦ୍ୟୁତ୍‌ ନେଲା ଜୀବନ

ଚାନ୍ଦବାଲି,୧୬।୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗଁା କୁହ୍ଲୀ ୱାର୍ଡ଼ରେ ସୋମବାର ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନଁା ଅଞ୍ଜନ କୁମାର ପରିଡ଼ା। ସେ ନିଜ ଘରେ ପାଣି ମୋଟର ଚାଲୁ କରିବା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ପରିବାର ଲୋକେ ତାଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ଥାନୀୟ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜ କରିଛି।