Posted inଭଦ୍ରକ

ବିଦ୍ୟୁତ୍‌ ନ ଜାଳି ବିଲ୍‌: ଉପଭୋକ୍ତାଙ୍କ ଧାରଣା

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ସରସଦା ପଞ୍ଚାୟତ କୋଳିଗଡ଼ି ଗ୍ରାମର କେନ୍ଦ୍ର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସାମିଲ ବିଦ୍ୟୁତ୍‌ ଉପଭୋକ୍ତା ବିଦ୍ୟୁତ୍‌ ନ ଜାଳି ବିଲ୍‌ ଆସୁଥିବା ପ୍ରତିବାଦରେ ଭଣ୍ଡାରିପୋଖରୀ ବିଦ୍ୟୁତ୍‌ ବିଭାଗ କନିଷ୍ଠଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣା ଦେଇଥିଲେ। କୋଳିଗଡ଼ି ଗ୍ରାମର ପ୍ରାୟ ୧୨ ପରିବାରକୁ କେନ୍ଦ୍ର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସାମିଲ କରାଯାଇଛି। କିନ୍ତୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇନାହିଁ। ହେଲେ ଉପଭୋକ୍ତାମାନଙ୍କର ବିଲ୍‌ ୧୦ ହଜାର ଭଳି ଆସିଛି। ଏନେଇ ଉପଭୋକ୍ତାମାନେ ଭଦ୍ରକ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ୨୧ ତାରିଖରେ ଜଣାଇଥିଲେ। କୌଣସି ପଦକ୍ଷେପ ନିଆ ନ ଯିବାରୁ ସୋମବାର ସେମାନେ ଧାରଣାରେ ବସିଥିଲେ। ଏହି ଧାରଣାକୁ ନୈତିକ ସମର୍ଥନ ଜଣାଇ ଭାଜପା ନେତା ବଦ୍ରିନାରାୟଣ ଧଳ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ସତ୍ୟବ୍ରତ ଦାସ, ଗିରିଶ ସାମଲ, କରୁଣାକର ସାମଲ, ଅକ୍ଷୟ ମହାନ୍ତି, ବିବେକାନନ୍ଦ ସାହୁ, ସୂର୍ଯ୍ୟମଣି ରାଉତ, ପ୍ରଫୁଲ୍ଲ ସାହୁ, ଅଜୟ ପାତ୍ର ସାମିଲ ହୋଇଥିଲେ। ଉପଭୋକ୍ତା ନିର୍ମଳ କର, ସନାତନ ସାହୁ, ନଟବର ବିଶ୍ୱାଳ, ମହେଶ୍ୱର ସାହୁ, କୈଳାସ ବିଶ୍ୱାଳ, ସୁଶାନ୍ତ ବିଶ୍ୱାଳ ପ୍ରମୁଖ ଧାରଣା ଦେଇଥିଲେ। ଧାମନଗର ବିଦ୍ୟୁତ୍‌ ବିଭାଗ ସହକାରୀ ଯନ୍ତ୍ରୀ ଘଟଣାସ୍ଥଳେ ପହଞ୍ଚତ୍ ବୁଝାଶୁଝା କରିବା ସହ ୫ ତାରିଖରେ କନିଷ୍ଠଯନ୍ତ୍ରୀଙ୍କୁ ନେଇ ଗ୍ରାମରେ ପହଞ୍ଚି ଘଟଣା ସମ୍ପର୍କରେ ବୁଝିବେ ବୋଲି ପ୍ରତିଶ୍ରୁତି ଦେବାରୁ ଉପଭୋକ୍ତାମାନେ ଧାରଣାରୁ ହଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି।…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri