ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୧୪୪ ଧାରା ଉଲ୍ଲଂଘନ: ପୁନର୍ବାର କୋର୍ଟର ଦ୍ୱାରସ୍ଥ ହେଲେ ଜାଗା ମାଲିକ

କୋରେଇ,୫ା୬(ସ୍ବ.ପ୍ର.)- ବିଦ୍ୟୁତ୍‌ ବିଭାଗ ପକ୍ଷରୁ ବ୍ୟକ୍ତିଗତ ଜାଗାରେ ୧୧ କେଭି ଖୁଣ୍ଟ ପୋତାକୁ ନେଇ ଜାଗା ମାଲିକ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ପକ୍ଷରୁ ୧୪୪ ଧାରା ଜାରି ପରେ ବିଦ୍ୟୁତ୍‌ ବିଭାଗ ଏହାକୁ ଉଲ୍ଲଂଘନ କରିବାରୁ ପୁନର୍ବାର ଜାଗା ମାଲିକ ମଙ୍ଗଳବାର କୋର୍ଟର ଆଶ୍ରୟ ନେଇଛନ୍ତି। ପ୍ରକାଶ ଯେ, ପାଣିକୋଇଲି ଥାନା ଅନ୍ତର୍ଗତ ଗୋଡ଼ିପାଟଣା ଗ୍ରାମର ରଘୁନାଥ ସାହୁଙ୍କ ବ୍ୟକ୍ତିଗତ ଜାଗା (ମୌଜା ଖମଣ, ଖାତା ୪୭୬, ପ୍ଲଟ ନଂ. ୫୪୭,୫୪୫)ରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୧୧ କେଭି ଖୁଣ୍ଟ ପୋତାଯାଇଛି। ରଘୁନାଥ ଏହାକୁ ବାରମ୍ବାର ବିରୋଧ କରିଥିଲେ ମଧ୍ୟ ବିଦ୍ୟୁତ୍‌ ବିଭାଗ କର୍ଣ୍ଣପାତ ନ କରିବାରୁ ସେ ପୂର୍ବରୁ କୋର୍ଟର ଆଶ୍ରୟ ନେଇଥିଲେ। କୋର୍ଟର ନିର୍ଦ୍ଦେଶକ୍ରମେ ପୋଲିସ ଏହାର ତଦନ୍ତ କରିବା ସହ ୧୪୪ ଧାରା ଜାରି କରିଥିଲା। ହେଲେ ସରକାରୀ ଜାଗା ଥାଇ ମଧ୍ୟ ୧୪୪ ଧାରାକୁ ଉଲ୍ଲଂଘନ କରି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ପୁନର୍ବାର ଖୁଣ୍ଟ ପୋତାଯାଇଥିଲା। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଓ ଏସ୍‌ଡିଓଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ୍‌ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri