ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ରାସ୍ତାରୋକୋ

କପ୍ତିପଦା,୫ା୬(ଡି଼.ଏନ୍‌.ଏ): ମୟୂରଭଞ୍ଜ ଜିଲା କପ୍ତିପଦା ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ମଙ୍ଗଳବାର ରାତି ୮ଟାରେ କପ୍ତିପଦା-ବାଲେଶ୍ୱର ଗୋଲୋଇ ଛକ ଠାରେ କଷିଗଡିଆ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହେବା ସହିତ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ନେସ୍କୋ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ବିଭିନ୍ନ ସମୟରେ ବିଦ୍ୟୁତ୍‌ କାଟ୍‌ ସାଙ୍ଗକୁ ଲୋ-ଭୋଲଟେଜ ସମସ୍ୟା ଲାଗି ରହୁଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ସାଙ୍ଗକୁ ଟ୍ରାନ୍‌ଫର୍ମର ପୋଡ଼ିଯିବା ଭଳି ସମସ୍ୟା ବାରମ୍ବାର ଘଟୁଛି। ସାମାନ୍ୟ ପବନରେ କପ୍ତିପଦା ଫିଡ଼ରରୁ ଆସିଥିବା ବିଦ୍ୟୁତ୍‌ ସରବରାହ ବ୍ୟାହତ ହେଉଛି ା ଏଥିନେଇ ପାଖପାଖ ଅଞ୍ଚଳର ପ୍ରାୟ ୬୦ଟି ଗ୍ରାମର ଉପଭୋକ୍ତା ଠିକ୍‌ ଭାବରେ ବିଦ୍ୟୁତ୍‌ ସେବା ପାଇ ପାରୁନାହାନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କାୈଣସି ସୁଫଳ ମିଳୁ ନାହିଁ। ଗତ ୩ ଦିନ ଧରି କଷିଗଡିଆ, ଭାଲୁହୁରୁଡା, ଠାକୁରାସାହି, ମାଝିସାହି, ଜାନୁସାହି, ଗେଣ୍ଡା ଗଡିଆ କଲୋନୀ ସାହି, କବି ସାହି, ସୋଲଗଡିଆ, ଶାଳଚୁଆ କଲୋନୀ, ଶାଳଚୁଆ ଡାକ୍ତରଖାନା, କୁକୁଡାଗଡି, ମହୁଲପଙ୍ଖା, ବିଦ୍ୟାଧର ନଗର, ମଝିଗଡିଆ ଓ ପଦ୍ମପୋଖରୀ ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ଲାଗି ରହୁଛିି । ପ୍ରଚଣ୍ଡ ରାୈଦ୍ରତାପ ଓ ଗୁଳୁଗୁଳିରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାର ପ୍ରତିବାଦରେ କପ୍ତିପଦା -ବାଲେଶ୍ୱର ଗୋଲୋଇ ଛକଠାରେ କଷି ଗଡିଆ ଗ୍ରାମବାସୀ ଓ ସ୍ଥାନୀୟ ଜନସାଧାରଣ ରାସ୍ତା ଅବରୋଧ କରିଥିଲେ। ଖବରପାଇ କପ୍ତିପଦା ଥାନାଧିକାରୀ ରୀନା ବେହେରା ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହିତ ଆଲୋଚନା କରିବା ପରେ ପରିସ୍ଥିତି ସ୍ବଭାବିକ ହୋଇଥିଲା ା ବିଭାଗୀୟ ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ଯନ୍ତ୍ରୀ ଓ ଥାନା ଅଧିକାରୀ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରି ଯଥାଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତୁରନ୍ତ ସ୍ଥାୟୀ ପ୍ରତିକାର କରା ନ ଗଲେ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରାଯିବ ବୋଲି ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି। କପ୍ତିପଦା ବିଦ୍ୟୁତ୍‌ ସେକ୍ସନରେ କର୍ମଚାରୀ ଅଭାବ ସାଙ୍ଗକୁ ପୁରୁଣା ଖୁଣ୍ଟ, ତାର ଓ ଯନ୍ତ୍ରାଂଶ ଅପସାରଣ କରାଯାଉ ନ ଥିବା ଯୋଗୁଁ ୩୩ କେ.ଭି. ଲାଇନ୍‌ରେ ବାରମ୍ବାର ବହୁ ତ୍ରୁଟି ଦେଖାଦେବା ସହିତ ଲାଇନ୍‌ କାଟୁଛି। ଏସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ପଚାରିବାରୁ ବିଭାଗ ତରଫରୁ ଯାହା ସେବା ଯୋଗାଇବା କଥା ସମୟ ଅନୁସାରେ ଆମେ ଚେଷ୍ଟା କରୁଛୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri