ବିଦ୍ୟୁତ୍‌ ବିଲ୍‌କୁ ନେଇ ଚିନ୍ତାରେ ଉପଭୋକ୍ତା

ଚିତ୍ରଡା,୩୦ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ମୋରଡ଼ା ବ୍ଲକ ଅଞ୍ଚଳରେ ନେସ୍କୋ ପକ୍ଷରୁ ଚଳିତ ମାସରେ ପ୍ରଦାନ କରାଯାଇଥିବା ବିଦ୍ୟୁତ୍‌ ବିଲ୍‌କୁ ନେଇ ଉପଭୋକ୍ତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଲକ୍‌ଡାଉନ ଯୋଗୁ ସରକାରଙ୍କ ଘୋଷଣା କ୍ରମେ ବିଲ୍‌ ପ୍ରଦାନ କରାଯାଇ ନ ଥିଲା ବେଳେ ଦୀର୍ଘ ଦୁଇମାସ ପରେ ଏବେ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ ବିଲ୍‌ ପ୍ରଦାନ କରାଯାଇଛି। ଅଧିକ ଟଙ୍କାର ବିଲ୍‌ ଆସିବା ସହ କନେକ୍ସନ ନ ଥାଇ କେତେଜଣଙ୍କ ନାମରେ ବିଲ୍‌ ଆସିଥିବା ଅଭିଯୋଗ ହୋଇଛି। ଲକ୍‌ଡାଉନ ଯୋଗୁ ଜିଲାର ଆଦିବାସୀ, ଖଟିଖିଆ, ଦିନ ମଜୁରିଆ କାମଧନ୍ଦା ନ ପାଇ ଘରେ ହାତ ବାନ୍ଧି ବସିଛନ୍ତି। ନିଜେ ବଞ୍ଚିବା ପାଇଁ ସେମାନେ ସଂଘର୍ଷ କରୁଥିବା ବେଳେ କିପରି ବିଦ୍ୟୁତ୍‌ ବିଲ୍‌ ଦେବେ ତାହା ଚିନ୍ତାର ବିଷୟ ପାଲଟିଛି। ମୋରଡା ବିଦ୍ୟୁତ୍‌ ବିଭାଗର ଜେଇ ମୃତ୍ୟୁଞ୍ଜୟ ପାଣିଗ୍ରାହୀଙ୍କୁ ପଚାରିବାରୁ ଏବିଷୟରେ ସେ କୌଣସି ଅଭିଯୋଗ ପାଇ ନ ଥିବା କହିଛନ୍ତି। ସେହିପରି ଏସ୍‌ଡିଓ ଗିରିଜା ଶଙ୍କର ନାଏକଙ୍କୁ ଯୋଗାଯୋଗ କରିବାରୁ ଅଭିଯୋଗ ଆସିଲେ ବୃଦ୍ଧି ହୋଇ ଆସିଥିବା ବିଦ୍ୟୁତ୍‌ ବିଲ୍‌ ସଂଶୋଧନ କରାଯିବା ସହ କନେକ୍ସନ ନ ଥିବା ଲୋକଙ୍କ ବିଦ୍ୟୁତ୍‌ ବିଲ୍‌ ସମ୍ପୂର୍ଣ୍ଣ ଛାଡ଼ କରାଯିବ ବୋଲି କହିଛନ୍ତି। ଲକ୍‌ଡାଉନ ସମୟରେ ବୃଦ୍ଧି ହୋଇ ଆସିଥିବା ବିଦ୍ୟୁତ୍‌ ବିଲ୍‌ ଉପଭୋକ୍ତାଙ୍କ ପାଇଁ ବେଡି ଉପରେ କୋରଡ଼ା ସଦୃଶ ହୋଇଥିବା ବେଳେ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେବାକୁ ଉପଭୋକ୍ତାମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri