କନିଷି,୧୨ା୯(ଡି.ଏନ.ଏ.)-ବ୍ରହ୍ମପୁର ସାଉଥ୍କୋ ୟୁଟିଲିଟି ଅଧୀନ କନିଷି ସବଡିଭିଜନର ସ୍ବୟଂ ସହାୟିକା ଗୋଷ୍ଠୀକୁ ବିଦ୍ୟୁତ୍ ବିଲ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପକୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି। ଆଗାମୀ ଦିନରେ ସମାଧାନ, ମହିଳାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
୨୦୦୨ରୁ ପ୍ରଜ୍ଞା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ କନିଷି ଅଞ୍ଚଳରେ ଅଙ୍କିତା ସାହୁ ବିଦ୍ୟୁତ୍ ବିଲ୍ ଆଦାୟ କରୁୁଥିଲେ। ବର୍ତ୍ତମାନ ଆର୍ସିଏସ୍ ମାଧ୍ୟମରେ କାମ କରିବାକୁ ସାଉଥ୍କୋ ଅର୍ଡର କରିବାରୁ କନିଷି ବିଦ୍ୟୁତ୍ ବିଭାଗର ଏସ୍ଡିଓଙ୍କ ନିକଟରେ ଗତ ଜୁଲାଇ ୩୦ରେ କନିଷି ସେକ୍ସନ୍ ଆର୍ସିଏସ୍ ନେବା ପାଇଁ ଆବେଦନ କରିଥିଲେ। କନିଷି ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପତ୍ର ନଂ. ୧୦୪, ତା. ୨୮ା୮ା୨୦୧୯ରେ ଏସ୍ଡିଓ ପକ୍ଷରୁ ଚିଠି ନଂ. ୧୪୪୬/୪, ଗତ ଅଗଷ୍ଟ ୨୮ ତାରିଖ ପ୍ରକାରେ ପ୍ରଜ୍ଞା ମହିଳା ଗୋଷ୍ଠୀକୁ ୩ ଲକ୍ଷ ଟଙ୍କା ବିଭାଗରେ ଜମା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେମାନେ ଗତ ଅଗଷ୍ଟ ୩୦ରେ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ୩ ଲକ୍ଷ ଟଙ୍କା ସାଉଥକୋ ଏକାଉଣ୍ଟ ନଂ. ୩୫୬୧୫୯୧୯୮୦୨ରେ ଜମା କରିଥିଲେ। ଉକ୍ତ ଜମା ଟଙ୍କାକୁ ନେଇ କନିଷି ସବ୍ଡିଭିଜନ ଏସ୍ଡିଓଙ୍କ ଚିଠି ନଂ. ୩୮୫, ତା. ୪ା୯ା୨୦୧୯ରେ ଏକଜିକ୍ୟୁଟିଭ୍ ଇଞ୍ଜିନିୟର ବ୍ରହ୍ମପୁର-୩ ଡିଭିଜନକୁ ୫ଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ନେଇ କନିଷି ସେକ୍ସନ ଆର୍ସିଏସ୍ ଖୋଲିବା ପାଇଁ ସ୍ଥିର କରାଯାଇଥିଲା। ଏହା ମଧ୍ୟରେ ଅନ୍ୟ ୩ଟି ମହିଳା ସଂଘ ରାଜନୈତିକ ଚାପ ପ୍ରୟୋଗ କରି ପ୍ରଜ୍ଞା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ବର୍ତ୍ତମାନ ଆର୍ସିଏସ୍ ଖୋଲିବାକୁ ବିଭାଗୀୟ ଆଦେଶ ଦେଉନାହନ୍ତି। ଫଳରେ ନିଷ୍ପତ୍ତି ଅଟକି ରହିଛି । ଏ ନେଇ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରି ଶୀଘ୍ର ସମାଧାନ କରିବାକୁ ଦାବି କରିଛନ୍ତି। ଉପଯୁକ୍ତ ନ୍ୟାୟ ନ ମିଳିଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ନ୍ୟାୟାଳୟର ଦ୍ୱାରସ୍ଥ ହେବୁ ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ଏ ସମ୍ପର୍କରେ ବିଭାଗୀୟ ଏସ୍ଡିଓ ବିଶ୍ୱରଞ୍ଜନ ମହାପାତ୍ରଙ୍କ ସହ ଯୋଗାଯୋଗ କରିବାରୁ ସେ ଏହି ଘଟଣା ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଜଣାଯାଇଛି ବୋଲି କହିଛନ୍ତି।
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...
ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ
ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...
ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…
ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...
ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା ସଦର ମହକୁମାକୁ ନୂଆବର୍ଷର ଭେଟି
ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ
ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...
Archives


