ବିଦ୍ୟୁତ୍‌ ବିଲ୍‌ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପ:  ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

କନିଷି,୧୨ା୯(ଡି.ଏନ.ଏ.)-ବ୍ରହ୍ମପୁର ସାଉଥ୍‌କୋ ୟୁଟିଲିଟି ଅଧୀନ କନିଷି ସବଡିଭିଜନର ସ୍ବୟଂ ସହାୟିକା ଗୋଷ୍ଠୀକୁ ବିଦ୍ୟୁତ୍‌ ବିଲ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପକୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି। ଆଗାମୀ ଦିନରେ ସମାଧାନ, ମହିଳାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
୨୦୦୨ରୁ ପ୍ରଜ୍ଞା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ କନିଷି ଅଞ୍ଚଳରେ ଅଙ୍କିତା ସାହୁ ବିଦ୍ୟୁତ୍‌ ବିଲ୍‌ ଆଦାୟ କରୁୁଥିଲେ। ବର୍ତ୍ତମାନ ଆର୍‌ସିଏସ୍‌ ମାଧ୍ୟମରେ କାମ କରିବାକୁ ସାଉଥ୍‌କୋ ଅର୍ଡର କରିବାରୁ କନିଷି ବିଦ୍ୟୁତ୍‌ ବିଭାଗର ଏସ୍‌ଡିଓଙ୍କ ନିକଟରେ ଗତ ଜୁଲାଇ ୩୦ରେ କନିଷି ସେକ୍ସନ୍‌ ଆର୍‌ସିଏସ୍‌ ନେବା ପାଇଁ ଆବେଦନ କରିଥିଲେ। କନିଷି ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପତ୍ର ନଂ. ୧୦୪, ତା. ୨୮ା୮ା୨୦୧୯ରେ ଏସ୍‌ଡିଓ ପକ୍ଷରୁ ଚିଠି ନଂ. ୧୪୪୬/୪, ଗତ ଅଗଷ୍ଟ ୨୮ ତାରିଖ ପ୍ରକାରେ ପ୍ରଜ୍ଞା ମହିଳା ଗୋଷ୍ଠୀକୁ ୩ ଲକ୍ଷ ଟଙ୍କା ବିଭାଗରେ ଜମା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେମାନେ ଗତ ଅଗଷ୍ଟ ୩୦ରେ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ୩ ଲକ୍ଷ ଟଙ୍କା ସାଉଥକୋ ଏକାଉଣ୍ଟ ନଂ. ୩୫୬୧୫୯୧୯୮୦୨ରେ ଜମା କରିଥିଲେ। ଉକ୍ତ ଜମା ଟଙ୍କାକୁ ନେଇ କନିଷି ସବ୍‌ଡିଭିଜନ ଏସ୍‌ଡିଓଙ୍କ ଚିଠି ନଂ. ୩୮୫, ତା. ୪ା୯ା୨୦୧୯ରେ ଏକଜିକ୍ୟୁଟିଭ୍‌ ଇଞ୍ଜିନିୟର ବ୍ରହ୍ମପୁର-୩ ଡିଭିଜନକୁ ୫ଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ନେଇ କନିଷି ସେକ୍ସନ ଆର୍‌ସିଏସ୍‌ ଖୋଲିବା ପାଇଁ ସ୍ଥିର କରାଯାଇଥିଲା। ଏହା ମଧ୍ୟରେ ଅନ୍ୟ ୩ଟି ମହିଳା ସଂଘ ରାଜନୈତିକ ଚାପ ପ୍ରୟୋଗ କରି ପ୍ରଜ୍ଞା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ବର୍ତ୍ତମାନ ଆର୍‌ସିଏସ୍‌ ଖୋଲିବାକୁ ବିଭାଗୀୟ ଆଦେଶ ଦେଉନାହନ୍ତି। ଫଳରେ ନିଷ୍ପତ୍ତି ଅଟକି ରହିଛି । ଏ ନେଇ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରି ଶୀଘ୍ର ସମାଧାନ କରିବାକୁ ଦାବି କରିଛନ୍ତି। ଉପଯୁକ୍ତ ନ୍ୟାୟ ନ ମିଳିଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ନ୍ୟାୟାଳୟର ଦ୍ୱାରସ୍ଥ ହେବୁ ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ଏ ସମ୍ପର୍କରେ ବିଭାଗୀୟ ଏସ୍‌ଡିଓ ବିଶ୍ୱରଞ୍ଜନ ମହାପାତ୍ରଙ୍କ ସହ ଯୋଗାଯୋଗ କରିବାରୁ ସେ ଏହି ଘଟଣା ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଜଣାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?