ବିଦ୍ୟୁତ୍‌ ସଂଯୋଗ ଲାଗି ଅଠରନଳାରେ ଟାୟରଜାଳି ରାସ୍ତାରୋକୋ

ପୁରୀ ଅଫିସ,୨୯।୫: ବାତ୍ୟା ‘ଫନୀ’ ପ୍ରଭାବରେ ପୁରୀ ସହରର ବିଶେଷ କ୍ଷତି ଘଟିଛି । ଶତାଧିକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିରେ ବିଦ୍ୟୁତ୍‌ ସଜାଡିବା ଆରମ୍ଭ କରିଛି। ବାତ୍ୟାକୁ ୨୫ ଦିନ ବିତିଥିଲେ ମଧ୍ୟ ପୁରୀ ସହରର ଅର୍ଦ୍ଧାଧିକ ଅଞ୍ଚଳ ଅନ୍ଧାରରେ ରହିଛ। ବୁଧବାର ସକାଳ ୮ଟାରେ ଗୋପୀନାଥପୁର ବାସିନ୍ଦା ଅଠରନଳା ଛକରେ ଟାୟାରଜାଳି ରାସ୍ତାରୋକୋ କରିଥିଲେ। ଫଳରେ ପୁରୀ-ଭୁବନେଶ୍ବର ଯାତାୟାତ ଠପ୍‌ ହୋଇଯାଇଥିଲା । ଅଠରନଳାରୁ ଚାରିନଳା ଛକ ପର୍ଯ୍ୟନ୍ତ ବାଇକ, ଘରୋଇ ବସ ଅଟକି ରହିଥିଲା। ଖବରପାଇ ସଦର ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ଦେଢ଼ ଘଣ୍ଟା ପରେ ରାସ୍ତାରୋକୋ ହଟିଥିଲା।
ସ୍ଥାନୀୟ ବାସିନ୍ଦାଙ୍କ କହିବା କଥା, ୨୫ ଦିନ ହେଲା ଗୋପୀନାଥପୁର ପଞ୍ଚାୟତର ଏକାଧିକ ଗ୍ରାମ ଅନ୍ଧାରରେ ରହିଛି। ଭାଙ୍ଗି ପଡିଥିବା ବିଦ୍ୟୁତ୍‌ ଖୁଣ୍ଟ ସମ୍ପ୍ରସାରଣ କରାଯାଇ ନାହିଁ । ଅନ୍ୟପଟେ ବିଦ୍ୟୁତ୍‌ ସଂଯୋଗ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ବାରମ୍ବାର ଅଭିଯୋଗ ସତ୍ତ୍ବେ ସେସୁ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଗ୍ରାମବାସୀ କହିଛନ୍ତି। ପ୍ରଥମେ ୨୦, ପରେ୨୩, ତା’ ପରେ ୨୫ ପରେ ୨୭ ତାରିଖରେ ବିଦ୍ୟୁତ୍‌ ଚାର୍ଜ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ୪୮ ଘଣ୍ଟା ବିତିଲାଣି। ତଥାପି ସେସୁ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଗଲା ନାହିଁ । ବୁଧବାର ସନ୍ଧ୍ୟା ସୁଦ୍ଧା ଲାଇନ ଚାର୍ଜ କରା ନ ଗଲେ ପୁଣି ରାଜରାସ୍ତାକୁ ଓହ୍ଲାଇବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ସେସୁ ନିର୍ବାହୀଯନ୍ତ୍ରୀ ଶିବ ପ୍ରସାଦ ସ୍ବାଇଁ କୁହନ୍ତି ଯୁଦ୍ଧକାଳୀନଭିତ୍ତିରେ ବିଦ୍ୟୁତ୍‌ ସଜାଡିବା କାର୍ଯ୍ୟ ଜାରିରହିଛି। ଯଥାଶୀଘ୍ର ବିଦ୍ୟୁତ୍‌ ସଂଯୋଗ ଦିଆଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri