ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମହିଳା ମୃତ

ଟାଙ୍ଗୀ(ଖୋର୍ଦ୍ଧା)/ଚିଲିକା,୧୮।୧୦(ଡି.ଏନ.ଏ.):  ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ୍‌ ହରିପୁର ଗ୍ରାମପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମରେ ଗୁରୁବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମହିଳା ପ୍ରାଣ ହରାଇଛନ୍ତି। ମୃତା ମହିଳା ହେଲେ ସୁଜ୍ଞାନୀ ପଟ୍ଟନାୟକ(୨୫)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ସଦସ୍ୟଙ୍କୁ ହସ୍ତାନ୍ତର କରିଛି । ଏ ନେଇ ଏକ ଅପମୃତ୍ୟୁ ମାମଲା ବାଣପୁର ଥାନାରେ ରୁଜୁ ହୋଇଛି ।
ପ୍ରକାଶ ଯେ, ବାଲିଆ ଗ୍ରାମର ସୁବୋଧ ଦାସଙ୍କ ଝିଅ ସୁଜ୍ଞାନୀ ଗତ ୨୦୧୨ ମସିହାରେ ଗଙ୍ଗାଧରପୁର ଗ୍ରାମର ରଘୁନାଥ ପଟ୍ଟନାୟକଙ୍କ ପୁଅ ରବୀନ୍ଦ୍ରଙ୍କୁ ବିବାହ କରିଥିଲେ । ରବୀନ୍ଦ୍ର କର୍ମସଂସ୍ଥାନ ପାଇ ବିଦେଶରେ ରହୁଛନ୍ତି ।ସେମାନଙ୍କର ୬ବର୍ଷର ପୁଅ ଅଛି । ଗୁରୁବାର ସକାଳେ ଘରେ ଟାଙ୍କିକୁ ପାଣି ଉଠାଇବା ପାଇଁ ସୁଜ୍ଞାନୀ ମୋଟର ସୁଇଚ୍‌ ମାରିଥିଲେ। ମାତ୍ର କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ସେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ତାଙ୍କୁ ଟାଙ୍ଗୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri