ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ ବାଲେଶ୍ୱର କଚେରୀ ନିକଟରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ କାର୍ଯ୍ୟ କରନ୍ତି। ସେ ବଡ଼କିଆ ଛକରେ ଥିବା ଏକ ଦୋକାନକୁ ଶାମ୍ପୋ ଆଣିବା ପାଇଁ ଯାଇଥିଲେ। ଦୋକାନୀଙ୍କ ଇନଭର୍ଟର ଖରାପ ହୋଇଥିବା ଜାଣି ସେ ମରାମତି କରିବାକୁ ଉଦ୍ୟମ କରୁଥିବା ବେଳେ ପୂର୍ବରୁ ଚାର୍ଜ ହୋଇଥିବା ଇନଭର୍ଟର ଦ୍ୱାରା ବିଦ୍ୟୁତ୍ ଆଘାତ ପାଇଥିଲେ। ଘଟଣାସ୍ଥଳରେ ସେ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ଏନେଇ ଚାନ୍ଦିପୁର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୧୯/୧୯) ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଥାନାଧିକାରୀ ମୀନତି ବିଶ୍ୱାଳ କହିଛନ୍ତି।
୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ
ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର...
ଟିପିଡବ୍ଲୁଓଡିଏଲ୍ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...
ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼
ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...
ଭୁବନେଶ୍ବର ପାଇଁ ନୂଆ ଟିମ୍ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
Archives


