Posted inରାଜ୍ୟ

ବିଦ୍ୟୁତ୍‌ ସେବାରୁ ବଞ୍ଚିତ ୧୯ ପରିବାର: ତାର ଟଣାଯାଇ ଘରେ ମିଟର, ବୋର୍ଡ ବସାଯାଇଛି

ଗଣିଆ,୧୨ା୭(ଡି.ଏନ.ଏ.): ପ୍ରତି ଘରକୁ ବିଜୁଳି ଓ ପାଣି ଯୋଗାଣ ଲକ୍ଷ୍ୟ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଅର୍ଥ ବ୍ୟୟବରାଦ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଯୋଗୁ ଅନେକ ସ୍ଥାନରେ ଜନସାଧାରଣ ଏଭଳି ଲୋକାଭିମୁଖୀ ଯୋଜନାର ସୁଫଳ ପାଇପାରୁନାହାନ୍ତି। କେଉଁଠି ପ୍ରକଳ୍ପ ଅଧାପନ୍ତରିଆ ଭାବେ ପଡିରହିଛି ତ ଆଉ କେଉଁଠି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ବର୍ଷ ବର୍ଷ ଧରି ବିଦ୍ୟୁତ୍‌ ସଂଯୋଗ କରାଯାଉନାହିଁ। ଗଣିଆ ବ୍ଲକ ଅଫିସଠାରୁ ମାତ୍ର ୫ କିଲୋମିଟର ଦୂର ରାସଙ୍ଗ ପଞ୍ଚାୟତର ବସନ୍ତପୁର ଗ୍ରାମରେ ରହୁଥିବା ୧୯ ପରିବାର ପ୍ରାୟ ୧ବର୍ଷ ଧରି ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ହୋଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ସରକାରଙ୍କ ନିର୍ଦ୍ଦେଶକ୍ରମେ ବସନ୍ତପୁର ଗ୍ରାମର ୧୯ ପରିବାରକୁ ନୂତନ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ ଏନ୍‌ଟିପିସି ତରଫରୁ ଗତବର୍ଷ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ସେପ୍ଟେମ୍ବର ୨୦୧୮ ସୁଦ୍ଧା ପ୍ରତ୍ୟେକଙ୍କ ଘରେ ବିଦ୍ୟୁତ୍‌ ମିଟର, ବୋର୍ଡ, ସୁଇଚ୍‌ ଆଦି ଲଗାଇବା କାର୍ଯ୍ୟ ଶେଷହୋଇଥିଲା। ଏପରି କି ୨୫କେଭି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବସାଇ ପ୍ରତ୍ୟେକ ଘରକୁ ବିଦ୍ୟୁତ୍‌ ସଂଯୋଗ ନିମିତ୍ତ ତାର ଟଣାଯାଇଛି। ହେଲେ ଟ୍ରାନ୍ସଫର୍ମରକୁ ଚାର୍ଜ କରାଯାଉ ନ ଥିବାରୁ ହିତାଧିକାରୀମାନେ ବିଦ୍ୟୁତ୍‌ ସେବା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କୁ ବହୁବାର ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ ବୋଲି ଗ୍ରାମର ନିରୁପମା ସାହୁ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ବିଦ୍ୟୁତ୍‌ ସଂଯୋଗ ନ ଥାଇ ହିତାଧିକାରୀଙ୍କଠାରୁ ଶୁଳ୍କ ଆଦାୟ ପାଇଁ କର୍ମଚାରୀମାନେ ଯାଇଥିବା ଗ୍ରାମର ସଞ୍ଜୁ ନାୟକ କହିଛନ୍ତି। ଏ ସମ୍ପର୍କରେ ଗଣିଆ ବ୍ଲକ ସେସୁ ବିଭାଗ କନିଷ୍ଠଯନ୍ତ୍ରୀ ଜ୍ଞାନରଞ୍ଜନ ସାହୁଙ୍କୁ ପଚାରିବାରୁ ଏହି ନିର୍ମାଣ କାର୍ଯ୍ୟ ଏନ୍‌ଟିପିସି ହାତକୁ ନେଇଥିଲା ା ତେଣୁ ଉକ୍ତ ସଂସ୍ଥାର କର୍ତ୍ତୃପକ୍ଷଙ୍କୁ ପଚାରିବା ପରେ ଘଟଣା ସମ୍ପର୍କରେ ଜଣାପଡିବ ବୋଲି ସେ କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri