ବିଦ୍ୟୁତ ନେଲା ଜୀବନ, ମୃତଦେହ ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ ଅଫିସ, ୨୨।୧୨- ବରଗଡ-ବଲାଙ୍ଗୀର ରାସ୍ତାର ଏକାମ୍ର ଛକ ନିକଟ ଏକ ଗଛ ଉପରକୁ ଚଢି ଗଛଡାଳ କାଟୁଥିଲା ସମୟରେ ରବିବାର ୧୧ କେଭି କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ, ବରଗଡ ସଦର ଥାନା ଅନ୍ତର୍ଗତ ଗୁଡେଶିରା ନିକଟ ଡୁମ୍ବେରପାଲି ଗ୍ରାମର ଈଶ୍ୱର ଛତର(୩୦) । ଏହି ବିଦ୍ୟୁତ୍‌ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ଲୋକେ ଏକାମ୍ର ଛକରେ ମୃତଦେହ ରଖି ବରଗଡ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ଯାନବାହନ ଅଟକି ରହିଥିବା ବେଳେ ଯାତାୟାତ ଠପ୍‌ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାଲେଶ୍ୱର,୧୯।୨: ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ ଟ୍ରକ୍…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri