ବିଦ୍ୟୁତ ବିଭାଗର ମନମାନି : ବିନା ସୂଚନାରେ ସଂଯୋଗ ବିଚ୍ଛିନ୍ନ, ଉପଭୋକ୍ତା ମହଲରେ ଅସନ୍ତୋଷ

ଆନନ୍ଦପୁର,୩୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବିଦ୍ୟୁତ୍‌ ବିଭାଗର ମନମାନି ଯୋଗୁ ଉପଭୋକ୍ତା ଶୋଷଣର ଶିକାର ହେଉଥିବା ଅଭିଯୋଗ ହେଉଛି। ବିନା ସୂଚନାରେ ବାରମ୍ବାର ବିଦ୍ୟୁତ୍‌ କାଟ, ସାମାନ୍ୟ ପତ୍ର ହଲିଲେ ଲାଇନ୍‌ ସଂଯୋଗ ବିଚ୍ଛିନ୍ନ ପରେ ଏବେ ବିଲ୍‌ ଉପଭୋକ୍ତାଙ୍କ ଚିନ୍ତାର କାରଣ ସାଜିଛି। ମାସିକିଆ କରାଯାଉଥିବା ମିଟର୍‌ ରିଡିଂ ନିୟମିତ କରାନଯାଇ କେବଳ ମାସେ ୧୦ ଦିନ ତ ଆଉ କେତେବେଳେ ୨୦ଦିନର ରିଡିଂ ନିଆଯାଇ ଉପଭୋକ୍ତାଙ୍କୁ ବିଲ୍‌ ଦିଆଯାଉଛି। ଆଉ କେତେବେଳେ ଦୁଇ ମାସର ବିଲ୍‌ ଏକ ସଙ୍ଗରେ ଦିଆଯାଉଛି। ଫଳରେ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ ବିଲ୍‌ର ବୋଝ ବଢ଼ିଯାଉଛି ବୋଲି ଅଭିଯୋଗ କରିଛନ୍ତି ବରିଷ୍ଠ ଆଇନଜୀବୀ ଲକ୍ଷ୍ମୀଧର ମିଶ୍ର ଏବଂ ଅବସରପ୍ରାପ୍ତ ସୈନିକ ମୁରଲୀଧର ମିଶ୍ର। ଉପଭୋକ୍ତାଙ୍କ କହିବା ଅନୁଯାୟୀ, ଅଧିକ ଦିନର ବିଲ୍‌ ଏକା ସାଙ୍ଗରେ ଦେବା ଫଳରେ ୟୁନିଟ୍‌ ପିଛା ରେଟ୍‌ ବୃଦ୍ଧି ପାଉଛି। ଯାହା ପଇଠ କରିବା କଷ୍ଟକର ହୋଇପଡୁଛି। ଏହାକୁ ନେଇ ଜନଅସନ୍ତୋଷ ବୃଦ୍ଧି ପାଉଛି। ଅନ୍ୟପକ୍ଷରେ ତଦନ୍ତ କରି ପଦକ୍ଷେପ ନେବେ ବୋଲି ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ ଚିତ୍ତରଞ୍ଜନ ମିସ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri