ବିଧବାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୧୪।୪(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ବିଧବା ମହିଳାଙ୍କୁ ନରସିଂହପୁର ଗାଁର ଏସ୍‌ ତ୍ରିପତୀ ରେଡ୍ଡି ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏଥିସହ ତାଙ୍କୁ ଓ ତାଙ୍କ ପୁଅଙ୍କୁ ରେଡ୍ଡି ମାଡ଼ ମାରିଥିବା ଜଣାପଡ଼ିଛି। ଏନେଇ ପୀଡ଼ିତ ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିବା ପରେ ଅଭିଯୁକ୍ତଙ୍କୁ ପୋଲିସ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ ଅଭିଯୁକ୍ତ ବଳପୂର୍ବକ ମହିଳାଙ୍କ ଘରେ ପଶି ତାଙ୍କୁ ଅସଦାଚରଣ କରିଥିଲେ। ମହିଳାଙ୍କ ଶାଶୁ ଓ ପୁଅ ପ୍ରତିବାଦ କରିବାରୁ ଅଭିଯୁକ୍ତ ଜଣକ ସେ ଦୁହିଁଙ୍କୁ ମଧ୍ୟ ମାଡ଼ ମାରିଥିଲେ। କେବଳ ସେତିକି ନୁହେଁ ମାଡ ମାରିବା ପରେ ଅଭିଯୁକ୍ତ ମହିଳାଙ୍କ ପୁଅଠାରୁ ମନିପର୍ସ, ମୋବାଇଲ ଓ କିଛି ଜରୁରୀ କାଗଜପତ୍ର ନେଇଯାଇଥିଲେ। ଏନେଇ ମହିଳା ଜଣଙ୍କ ସ୍ଥାନୀୟ ପୋଲିସ ଥାନାରେ ଏତଲା ଦେଇଥିଲୋ। ମହିଳାଙ୍କ ଏତଲାକ୍ରମେ ଆଇଆଇସି ବସନ୍ତ କୁମାର ସେଠୀ ଥାନା ମାମଲା ନଂ.୭୮/୨୦ ଅନୁଯାୟୀ ଅଭିଯୁକ୍ତ ରେଡ୍ଡିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri