ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର, ୩୦ା୩(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗରେ ଆଲୋଚନା ପାଇଁ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଅଗ୍ରାହ୍ୟ କରିଦେବାରୁ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଗୃହରେ ସରକାରଙ୍କୁ ଘେରିଥିଲେ। ଖଣି ମାଲିକଙ୍କ ଚାପ ଯୋଗୁ ଗତ ୩ ବର୍ଷ ଧରି ଏହି ପ୍ରସଙ୍ଗକୁ ଗୃହରେ ଆଲୋଚନା ପାଇଁ ଅନୁମତି ମିଳୁ ନ ଥିବା ସେ କହିଥିଲେ। ମଙ୍ଗଳବାର ଶୂନ୍ୟକାଳରେ ସାଲୁଜା ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ ସମସ୍ତେ ଏବେ ଖଣି ମାଲିକଙ୍କ ପକେଟରେ। ଯେଉଁଥିପାଇଁ ୩ବର୍ଷ ହେଲା ଖଣି ଦୁର୍ନୀତି ଆଲୋଚନାକୁ ଅନୁମତି ମିଳୁନାହିଁ। ଖଣି ମାଲିକଙ୍କ ପଇସା ପଞ୍ଚାୟତ ଓ ପୌର ନିର୍ବାଚନରେ ଖର୍ଚ୍ଚ ହୋଇଛି। ଖଣି ମାଲିକଙ୍କ ଦ୍ୱାରା ଶାସକ, ବିରୋଧୀ ସମସ୍ତେ ମ୍ୟାନେଜ ହୋଇଯାଇଥିବା ସାଲୁଜା ଗୃହରେ କହିଥିଲେ। କଂଗ୍ରେସର ମୁଖ୍ୟ ସଚେତକ ତାରା ପ୍ରସାଦ ବାହିନୀପତି ଏହି ପ୍ରସଙ୍ଗରେ କହିଥିଲେ ଯେ ବେଆଇନ ଖନନ ଯୋଗୁ ଶହେରୁ ଅଧିକ ଖଣି ମାଲିକଙ୍କ ଉପରେ ଜରିମାନା ଧାର୍ଯ୍ୟ ହୋଇଥିଲା। ହେଲେ ତାହା ଆଦାୟ ହେଲାନାହିଁ । ଖଣିମାଲିକମାନେ ସଲାସୁତରା କରି ଖଣି ଚଳାଇଲେ। ବାହିନୀପତି କେତେକ ଖଣି ମାଲିକଙ୍କ ନାମ ବି ଗୃହରେ ପ୍ରକାଶ କରିଥିଲେ। ଖଣି ଦୁର୍ନୀତି ଆଲୋଚନା ପ୍ରସଙ୍ଗରେ କଂଗ୍ରେସ ସଭ୍ୟଙ୍କ ହଟ୍ଟଗୋଳ ମଧ୍ୟରେ ତାରା ବାଚସ୍ପତିଙ୍କ ପୋଡିୟମ ଉପରକୁ ଚେୟାର ଫିଙ୍ଗିବାକୁ ଟେକି ଧରିଲେ। ଏଥିସହ ସେ ଇୟରଫୋନ ମଧ୍ୟ ଫୋପାଡ଼ି ଦେଇଥିଲେ। ଅନ୍ୟପକ୍ଷରେ ଗୃହରେ ତାରାଙ୍କ ଆଚରଣକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ନାପସନ୍ଦ କରିଛନ୍ତି। ସେ କହିଛନ୍ତି ଜଣେ ବରିଷ୍ଠ ସଭ୍ୟ ହୋଇ ଏଭଳି ଆଚରଣ ପ୍ରଦର୍ଶନ କରିବା ଠିକ୍‌ ନୁହେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri