ବିଧାନସଭାରେ ଘେରିବାକୁ ବିରୋଧୀଙ୍କ ଧମକ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମୀତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ଭାଜପା ଏହି ପ୍ରସଙ୍ଗକୁ ଆୟୁଧ କରି ବାରମ୍ବାର ସରକାରଙ୍କ ଉପରେ ବର୍ଷିବାରେ ଲାଗିଛି। ଅନ୍ୟପଟେ ଆସନ୍ତା ୧୩ ତାରିଖରେ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହି ଘଟଣାରେ ଶାସକ ଦଳକୁ ଘେରିବା ଲାଗି ଉଭୟ କଂଗ୍ରେସ ଓ ଭାଜପା ଆଗୁଆ ଘୋଷଣା କରିସାରିଛନ୍ତି। ମଙ୍ଗଳବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସମସ୍ତ ଜିଲାପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ବେଳେ ଖବରଦାତା ସମ୍ମିଳନୀ ଜରିଆରେ ଆନ୍ଦୋଳନ ଚେତାବନୀ ଦେଉଛି କଂଗ୍ରେସ।
ଭାଜପା ଅଭିଯୋଗ କରିଛି ଯେ, ସ୍ମିତାରାଣୀଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଛି। ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ ଦାବି ହେଉଥିଲେ ମଧ୍ୟ ସରକାର ଏବଂ ଜିଲା ପ୍ରଶାସନ ଚୁପ୍‌ ବସିଛନ୍ତି। ପୋଲିସ କେବଳ ରୂପେଶ ଭଦ୍ରକୁ ଗିରଫ କରିଛି। ସେଠାରେ ଉପସ୍ଥିତ ଅନ୍ୟ ୩ଜଣ ଅଧିକାରୀଙ୍କୁ ତଦନ୍ତ ପରିସରଭୁକ୍ତ କରିନାହିଁ। ଯାଜପୁର ଏସ୍‌ପି ବୃତ୍ତିଗତ ତଦନ୍ତ ନ କରି ବ୍ୟକ୍ତିଗତ ତଦନ୍ତ କରି ମୃତା ସ୍ମିତାରାଣୀଙ୍କ ଚରିତ୍ର ଉପରେ ଟିପ୍ପଣୀ ଦେଇଛନ୍ତି। ମହିଳା କମିଶନ ଅଧ୍ୟକ୍ଷା ତଦନ୍ତ ନ କରି ମାମଲା ସରିଗଲାଣି ବୋଲି କହି ସମଗ୍ର ମହିଳା ସମାଜକୁ ନିନ୍ଦିତ କରିଛନ୍ତି। କେନ୍ଦ୍ରାପଡା କ୍ରେଡିଟ କୋ-ଅପରେଟିଭ ସଭାପତି ପ୍ରମୋଦ ସାହୁ ଜଣେ କର୍ମଜୀବୀ ମହିଳାଙ୍କୁ ଯୌନ ନିର୍ଯାତନା ଦେବା ଅତ୍ୟନ୍ତ ଲଜ୍ଜାଜନକ ଘଟଣା। ରାଜ୍ୟରେ ସରକାରୀ ମହିଳା କର୍ମଚାରୀଙ୍କ ଉପରେ ନିର୍ଯାତନା ବୃଦ୍ଧି ହେବାରେ ଲାଗିଛି। ସ୍ମିତାରାଣୀ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ସହ ଯାଜପୁର ଏସ୍‌ପି ଏବଂ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ବହିଷ୍କାର କରିବା ଦାବିରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସମସ୍ତ ଜିଲାପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସେହିପରି ଭୁବନେଶ୍ୱର ଜିଲା ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ସ୍ଥାନୀୟ ଉପଜିଲାପାଳ ଅଫିସ ଆଗରେ ବିକ୍ଷୋଭ କରାଯାଇଛି।
ପ୍ରଦେଶ କଂଗ୍ରେସ କମିଟି (ପିସିସି) ରାଜ୍ୟ କାର୍ଯ୍ୟାଳୟରେ ମଙ୍ଗଳବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମିଡିଆ ସେଲ୍‌ ଅଧ୍ୟକ୍ଷ ସତ୍ୟପ୍ରକାଶ ନାୟକ କହିଛନ୍ତି, ସ୍ମିତାରାଣୀ ବିଶ୍ୱାଳ ପରିବାରବର୍ଗଙ୍କୁ ତୁରନ୍ତ ଠାବକରି ସେମାନଙ୍କ ପୈତୃକ ବାସଭବନକୁ ଫେରାଇ ଅଣାଯାଉ। ସେମାନଙ୍କୁ ସୁରକ୍ଷା ଯୋଗାଇ ଦେବାରେ ଯାଜପୁର ଏସ୍‌ପି ଅବହେଳା କରିଛନ୍ତି। ଏହି ଘଟଣାର ତଦନ୍ତ ଅଧିକାରୀଙ୍କୁ ବଦଳି କରିବା ଦରକାର। କଂଗ୍ରେସ ବିଚାର ବିଭାଗୀୟ ଓ ସିବିଆଇ ତଦନ୍ତ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଛି। ଏପରି ସ୍ପର୍ଶକାତର ଘଟଣାର ପର୍ଦ୍ଦାଫାଶ ନ ହେଲା ପର୍ଯ୍ୟନ୍ତ କଂଗ୍ରେସ ବିଧାନସଭା ଭିତରେ ଏବଂ ବାହାରେ ଆନ୍ଦୋଳନ ଜାରି ରଖିବ ବୋଲି ସତ୍ୟପ୍ରକାଶ କହିଛନ୍ତି।
ବିଜେଡି ନେତ୍ରୀ ସୁଲତା ଦେଓ କହିଛନ୍ତି, ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ଭାଜପା ନାଟକ କରୁଛି। ହାତରେ କୌଣସି ତଥ୍ୟ ପ୍ରମାଣ ନ ଥାଇ ଭାଜପା ଗତ କିଛିଦିନ ଧରି ଖବରଦାତା ସମ୍ମିଳନୀ ଓ ବିବୃତି କରିବାରେ ଲାଗିଛି, ତାହା ଅତ୍ୟନ୍ତ ହାସ୍ୟାସ୍ପଦ। ଯଦି କିଛି ଅଛି, ତାହା ପୋଲିସ୍‌ ଓ ଅଦାଲତକୁ ଦେବା ପାଇଁ ବିଜେଡି ବାରମ୍ବାର ଅନୁରୋଧ କରିଆସୁଥିବା ବେଳେ ଭାଜପା କିନ୍ତୁ ମନଗଢ଼ା କଥା କହି ହୀନ ରାଜନୀତି କରୁଛି। କିଛିବର୍ଷ ପୂର୍ବେ ଅନୁରୂପ ଏକ ସମ୍ବେଦନଶୀଳ ମାମଲାର ତଦନ୍ତ ଭାର ସିବିଆଇକୁ ଦିଆଯାଇଥିଲା। କିନ୍ତୁ ସିବିଆଇ କିଛି କରିପାରିଲାନାହିଁ। ଏହି ଘଟଣାରେ ଭାଜପା ସମେତ ଅନ୍ୟ ବିରୋଧୀ ଦଳଗୁଡିକ ଜଣେ ନିର୍ଦ୍ଦିଷ୍ଟ ରାଜନେତାଙ୍କ ସମ୍ପୃକ୍ତି ଅଭିଯୋଗ ଆଣିବା ସହିତ ତାଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମାତ୍ର ଲଜ୍ଜାର ବିଷୟ ଯେଉଁ ନେତାଙ୍କ ବିରୋଧରେ ସେମାନେ ହଙ୍ଗାମା କରୁଥିଲେ, ପରବର୍ତ୍ତୀ ସମୟରେ ତାଙ୍କୁ ନିଜ ଦଳରେ ସାମିଲ କରିଛନ୍ତି। ସେତେବେଳେ ଭାଜପାର ନୈତିକତା କୁଆଡ଼େ ଯାଇଥିଲା ବୋଲି ସୁଲତା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri