ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର କୋଟିି ବଜେଟ୍ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଆସିବା ପରେ ରାଜ୍ୟରେ ଅନେକ କିଛି ପରିବର୍ତ୍ତନ ଘଟିଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି। ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଓଡ଼ିଶାକୁ ପ୍ରାଧାନ୍ୟ ଦେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…
ବଜେଟ୍ ଉପସ୍ଥାପନ ପୂର୍ବରୁ ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଆଜି ବିକାଶର ଏକ ସୁବର୍ଣ୍ଣ ଯୁଗ ଆଡ଼କୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ୁଛି। ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ମୁଣ୍ଡପିଛା ଆୟ ବୃଦ୍ଧି, ଶିଳ୍ପ, ସେବା ଓ ମହିଳା ଶ୍ରମଶକ୍ତିରେ ଅଭିବୃଦ୍ଧି ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଆଶାର ଏକ ନୂତନ ସନ୍ଦେଶ ଆଣିଛି। ଏହା କେବଳ ଏକ ପରିସଂଖ୍ୟାନ ନୁହେଁ ବରଂ ସାଢ଼େ ୪କୋଟି ଓଡ଼ିଆଙ୍କ ସଂକଳ୍ପ ଓ ପରିଶ୍ରମର ପ୍ରତିଫଳନ।
Dharitri – Odisha’s No.1 Odia Daily

