ବିଧାନସଭାରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ: ଜମିବାଡ଼ି ବିବାଦରୁ ଘଟିଛି ପୁରୀ ଟ୍ରିପଲ୍‌ ମର୍ଡର

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଦୀର୍ଘଦିନର ଜମିବାଡି ବିବାଦ ଘଟଣାରୁ ପୁରୀ ଟ୍ରିପଲ୍‌ ମର୍ଡର ହୋଇଛି। ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ବାଚସ୍ପତିଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଅପରାହ୍ନରେ ଗୃହରେ ପୁରୀ ଜିଲାର ସଦାନନ୍ଦପୁର ଗ୍ରାମରେ ହୋଇଥିବା ହତ୍ୟାକାଣ୍ଡ ସମ୍ପର୍କରେ ବିବୃତି ଦେଇ କହିଛନ୍ତି ଯେ ୨୦୧୯ ଜୁଲାଇ ୧୪ ତାରିଖରେ ୩ ଜଣଙ୍କୁ ହତ୍ୟା କରାଯିବା ଘଟଣା ଦୁର୍ଭାଗ୍ୟଜନକ। ଏହି ନେଇ ସତ୍ୟବାଦୀ ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହାକୁ ଅତି ଗୁରୁତର ସହ ନେଇ ତଦନ୍ତ ଜାରି ରଖିଛି। ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଆତ୍ମଗୋପନ କରିଥିବା ଅନ୍ୟମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବାକୁ ଚଢାଉ ଜାରି ରହିଛି। ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ମୃତକ ଏବଂ ଅଭିଯୁକ୍ତ ଗୋଟିଏ ଅଞ୍ଚଳରେ ବାସ କରନ୍ତି ଏବଂ ସେମାନେ ଦୂର ସମ୍ପର୍କୀୟ। ଦୀର୍ଘ ଦିନର ଜମିବାଡି ବିବାଦ ମାମଲାକୁ ନେଇ ସେମାନଙ୍କ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଏହାକୁ ନେଇ ହତ୍ୟାକାଣ୍ଡ ଘଟିଛି। ପୋଲିସ ଏନେଇ ତ୍ୱରିତ ପଦକ୍ଷେପ ନେଇ ଅଭିଯୁକ୍ତଙ୍କୁ ଗିରଫ କରି ପାରିଛି। ଏଥିସହିତ ସଂଗଠିତ ଅପରାଧକୁ ରୋକିବାକୁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଡ୍ରାଇଭ କରାଯାଉଛି। ରାଜ୍ୟରେ ଆଇନଶୃଙ୍ଖଳା ଠିକ୍‌ ଅଛି। ରାଜ୍ୟରେ ଶାନ୍ତି ରହିଛି। ମାଓବାଦୀ ଦମନ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି ହୋଇଛି। ଉପଯୁକ୍ତ ସୁରକ୍ଷା କାରଣରୁ ରାଜ୍ୟରେ ଗତ ସାଧାରଣ ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ବାତ୍ୟା ଫନୀ ବେଳେ ପୋଲିସ କେବଳ ଆଇନ ଶୃଙ୍ଖଳା ଦାୟିତ୍ୱ ତୁଲାଇ ନ ଥିଲା ପ୍ରଭାବିତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗର ହାତ ବଢାଇଥିଲା। ରାଜ୍ୟରେ ଲୋକମାନଙ୍କ ଧନଜୀବନ ସୁରକ୍ଷା ଦେବା ଏବଂ ଆଇନ ଶୃଙ୍ଖଳା ବଜାୟ ରଖିବା ମୋ ସରକାର ବଦ୍ଧ ପରିକର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏଠାରେ ସୂଚନାଯୋଗ୍ୟ, ପୁରୀ ଜିଲାରେ ଟ୍ରିପଲ୍‌ ମର୍ଡର କେସ,କେନ୍ଦ୍ରାପଡା ଗୁଳିକାଣ୍ଡ ଏବଂ ଅନ୍ୟାନ୍ୟ ଘଟଣାକୁ ନେଇ ବିରୋଧୀ ଦଳ ସୋମବାର ବିଧାନସଭାରେ ହଙ୍ଗାମା କରିଥିଲେ। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ପଡିଛି। ମୁଖ୍ୟମନ୍ତ୍ରୀ ଏ ନେଇ ବିବୃତି ଦିଅନ୍ତୁ ବୋଲି ଉଭୟ ଭାଜପା ଓ କଂଗ୍ରେସ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?