ବିଧାନସଭାରେ ବିରୋଧୀ ମୁହାଁମୁହିଁ: ହାଇକୋର୍ଟ ବେଞ୍ଚ ସ୍ଥାପନକୁ ନେଇ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ଦୁଇଫାଳ। ସରକାରଙ୍କୁ ଘେରିବା ପରିବର୍ତ୍ତେ ପରସ୍ପରକୁ ବିରୋଧ କରୁଛନ୍ତି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଭୟ କଂଗ୍ରେସ ଓ ଭାଜପା ବିଧାନସଭାରେ ହଟ୍ଟଗୋଳ କରିଛନ୍ତି। ଏହାକୁ ନେଇ ମଙ୍ଗଳବାର ବିଧାନସଭାରେ ଏକ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଭାଜପା ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଯୋଜନା ପ୍ରସଙ୍ଗ ଉଠାଇ ସରକାରଙ୍କଠାରୁ କୈଫତ ତଲବ କରିବାକୁ ଚାହୁଁଥିଲା। ଅପରପକ୍ଷରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାପନ ନେଇ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କଠାରୁ ଜବାବ ତଲବ କରିଥିଲା। ତେବେ ଉଭୟ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ପରସ୍ପର ମୁହାଁମୁହିଁ ହୋଇଥିଲେ। ଭାଜପା ନିଜ ପ୍ରସଙ୍ଗ ବିଷୟରେ ଗୃହରେ ଆଲୋଚନା କରିବାକୁ ଚାହୁଁଥିବା ବେଳେ ହାଇକୋର୍ଟ ବେଞ୍ଚ ସ୍ଥାପନ ନେଇ ସରକାର ଏ ପର୍ଯ୍ୟନ୍ତ କି ପଦକ୍ଷେପ ନେଇଛନ୍ତି ସେ ବିଷୟରେ ସ୍ପଷ୍ଟ କରିବା ନେଇ କଂଗ୍ରେସ ଗୃହରେ ହଟ୍ଟଗୋଳ କରିଥିଲା। ତେବେ ପରିସ୍ଥିତି ଏପରି ହୋଇଥିଲା ଯେ ପ୍ରଶ୍ନକାଳ ପରେ ଗୃହ ଏକପ୍ରକାର ଠପ୍‌ ହୋଇଯାଇଥିଲା। କଂଗ୍ରେସ ସଦସ୍ୟଙ୍କୁ ମନାଇବା ଲାଗି ବାଚସ୍ପତି ଯଥା ସମ୍ଭବ ଉଦ୍ୟମ କରିଥିଲେ ମଧ୍ୟ କୌଣସି ଫଳ ମିଳି ନ ଥିଲା। ଫଳରେ ବାଧ୍ୟ ହୋଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri