ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୧।୮(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଆଗତ ହୋଇଥିବା ୧.୪୬ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲକୁ ବୁଧବାର ବିଧାନସଭାରେ ଅନୁମୋଦନ ଲାଭ କରିଛି। ବାଚନିକ ମତଦାନରେ ଏହି ବିଲକୁ ଗୃହରେ ମଞ୍ଜୁର କରାଯାଇଛି। ଏହି ବଜେଟରେ କୃଷି ଓ କୃଷକ କଲ୍ୟାଣ, ଦାରିଦ୍ର୍ୟ ଦରୀକରଣ, ଖାଦ୍ୟ ନିରାପତ୍ତା, ଭିତ୍ତିଭୁମି ବିକାଶ, ଶ୍ରମିକ, ଅନୁସୂଚୀତ ଜାତି, ଜଳନଜାତି, ମହିଳା, ଶିଶୁ, ଯୁବ ଓ ବରିଷ୍ଠ ନାଗରିକଙ୍କ ସଶକ୍ତିକରଣକୁ ପ୍ରାଥମିକତା ଦିଆଯାଇଛି। ଏଥିସହିତ ସାମୁଦ୍ରିକ ଝଡ ଫନୀ କ୍ଷୟକ୍ଷତି ଭରଣା ପାଇଁ ବଜେଟରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ରାଜ୍ୟ ସରକାର ଗତ ୭ ବର୍ଷ ଧରି ମହିଳା ବଜେଟ ପ୍ରସ୍ତୁତ କରି ଆସୁଛନ୍ତି। ଚଳିତ ବର୍ଷ ପ୍ରଥମ ଥର ଲାଗି ୟୁନିସେଫ୍‌ ସହାୟତାରେ ଶିଶୁ ବଜେଟ ପ୍ରସ୍ତୁତ କରାଯାଇଛି।
ଏହି ବଜେଟରେ ୭୦ ହଜାର ୬୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଯାହାକି ମୋଟ ବଜେଟର ୫୦ ପ୍ରତିଶତରୁ ଅଧିକ। କୃଷି ବଜେଟ ପାଇଁ ମୋଟ ୨୦ ହଜାର ୭୧୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ସେଥିରୁ ଜଳସେଚନ ପାଇଁ ୯ ହଜାର ୭୧୩ କୋଟି ଟଙ୍କା ଜଳସେଚନ ଭିତ୍ତିଭୁମି ଉନ୍ନୟନ ପାଇଁ ଖର୍ଚ୍ଚ କରାଯିବ। ରାଜ୍ୟରେ କୃଷିର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ସହ ଦାରିଦ୍ର୍ୟ ହ୍ରାସ କରି କୃଷକଙ୍କ ଉନ୍ନତୀ ପାଇଁ ୨୦୧୮-୧୯ରେ ରାଜ୍ୟ ସରକାର କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏଥିପାଇଁ ଚଳିତ ବଜେଟରେ ୫ ହଜାର ୬୧୧ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଆସନ୍ତା ଆର୍ଥିକ ବର୍ଷରେ ୨ ଲକ୍ଷ ୬୫ ହଜାର ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଶିକ୍ଷା ଓ ଦକ୍ଷତା ବୃଦ୍ଧି ପାଇଁ ଚଳିତ ବଜେଟରେ ୧୯ ହଜାର ୪୯୨ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ପାନୀୟ ଜଳ ଯୋଗାଇ ଦେବା ପାଇଁ ବସୁଧା ଯୋଜନାରେ ୫ ହଜାର କୋଟି ଟଙ୍କା ଖର୍ଚ୍ଚ କରିବାକୁ ବଜେଟରେ ବ୍ୟବସ୍ଥା ହୋଇଛି। ଅନୁସୂଚୀତ ଜାତି ଓ ଜନଜାତି ବର୍ଗଙ୍କ ବିକାଶ ପାଇଁ ବଜେଟରେ ୨୩ ହଜାର ୭୬୦ କୋଟିର ବ୍ୟୟ ବରାଦ କରାଯାଇଛି। ମମତା ଯୋଜନା ପାଇଁ ୨୦୧୯-୨୦ ଆର୍ଥିକ ବର୍ଷରେ ୩୦୫ କୋଟି ବ୍ୟବସ୍ଥା କରାଯାଇଛି। ମିଶନ ଶକ୍ତି ଗୃହ ଯୋଜନାରେ ଚଳିତ ବଜେଟରେ ପଞ୍ଚାୟତ ସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅତିରିକ୍ତ ୧୩୦ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଚଳିତ ବଜେଟରେ ଶକ୍ତି କ୍ଷେତ୍ର ପାଇଁ ରାଜ୍ୟ ସରକାର ୨ହଜାର ୨୫୨ କୋଟି ଟଙ୍କାର ଖର୍ଚ୍ଚ ବରାଦ କରିଛନ୍ତି। ୨୦୧୮-୧୯ରେ ରାଜ୍ୟର ଋଣ ଭାର ସାମଗ୍ରୀକ ଘରୋଇ ଉତ୍ପାଦ(ଜିଏସଡିପି)ର ୧୬.୮ ପ୍ରତିଶତ ରହିଛି। ଚଳିତ ବଜେଟରେ ବିତ୍ତିୟ ନିୟଣ୍ଟ ଜିଏସଡିପିର ୩.୪୯ ପ୍ରତିଶତ ଅର୍ଥାତ ୧୮ ହଜାର ୮୭୭ କୋଟି ଟଙ୍କା ରହିବ ବୋଲି ଆକଳନ କରାଯାଇଛି। ରାଜସ୍ବ ଖର୍ଚ୍ଚ ଚଳିତ ଆର୍ଥିକ ବର୍ଷରେ ୧ ଲକ୍ଷ ୮୭୩୮ କୋଟି ଟଙ୍କା ରହିବ ବୋଲି ଆକଳନ କରାଯାଇଛି। ଏହି ବିଲ ଆଲୋଚନା ଶେଷରେ ଅର୍ଥମନ୍ତ୍ରୀ ନୀରଞ୍ଜନ ପୂଜାରୀ କହିଥିଲେ ଯେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଜୁନ ୨୮ ତାରିଖରେ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଥିଲା। ଚଳିତ ବର୍ଷ ଏପ୍ରିଲ ଓ ମେ ମାସ ପାଇଁ ସାଧାରଣ ନିର୍ବାଚନ ଥିବାରୁ ପ୍ରଥମ ୪ ମାସର ଖର୍ଚ୍ଚ ତୁଲାଇବା ପାଇଁ ଫେବୃୟାରୀରେ ଲେଖାନୁଦାନକୁ ଗୃହରେ ଅନୁମୋଦନ କରାଯାଇଥିଲା। ରାଜ୍ୟର ସର୍ବାଙ୍ଗୀନ ବିକାଶ ପାଇଁ ଉକ୍ତ ସମ୍ବଳର ବିନିଯୋଗ ନିମନ୍ତେ ବଜେଟରେ ବ୍ୟୟ ବରାଦ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri