ବିଧାନସଭାରେ ମହାନଦୀ ପ୍ରସଙ୍ଗ ଉଠାଇଲେ ନରସିଂହ: କହିବାକୁ ନ ଦେବାରୁ ବିରୋଧୀଙ୍କ ହଟ୍ଟଗୋଳ, ବୁଧବାର ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ମହାନଦୀ ଜଳବିବାଦ ପ୍ରସଙ୍ଗ ଶାନ୍ତ ପଡ଼ିବା ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଛନ୍ତି ଯେ, ଗତ ନିର୍ବାଚନ ପରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗତ ଅଧିବେଶନରେ ମହାନଦୀ ଜଳ ବିବାଦକୁ ନେଇ ଶାସକ ଦଳ ଗୃହକୁ ଓଠାଉଥିଲେ ପକାଉଥିଲେ। ମାତ୍ର ଚଳିତ ଅଧିବେଶନରେ କେନ୍ଦ୍ର କଥା ଆଉ ଉଠାଉନାହାନ୍ତି। ଏ ବିଷୟରେ ପୂରା ଚୁପ୍‌ ହୋଇଯାଇଛନ୍ତି। ମହାନଦୀରେ ବର୍ଷକୁ ଚାରିମାସ ପାଣି ଆସୁଛି। ଖରାଦିନେ ଯେତିକି ପାଣି ଆସିବା କଥା ତାହା ଆସୁନାହିଁ। ସମୁଦ୍ର ପାଣି ନଦୀକୁ ପଶି ଆସୁଛି। ମହାନଦୀରୁ ପାଣି ନ ଗଲେ ସମୁଦ୍ରରୁ ଲୁଣିପାଣି ନଦୀକୁ ପଶିଆସିବ। ମହାନଦୀ ଜଳ ବିବାଦର ବର୍ତ୍ତମାନ ସ୍ଥିତି କ’ଣ। ଟ୍ରିବ୍ୟୁନାଲରେ ଏହା କେତେଦୂର ଯାଇଛି। ତୁରନ୍ତ ଏହା ଗୃହକୁ ଜଣାନ୍ତୁ ବୋଲି ନରସିଂହ ଦାବି କରିଛନ୍ତି। ଏଥିସହ ସେ କେନ୍ଦ୍ରୀୟ ସମବାୟ ବ୍ୟାଙ୍କଗୁଡ଼ିକର ଅଡିଟ୍‌ ରିପୋର୍ଟ ଗୃହରେ ଉପସ୍ଥାପନ କରିବା ଲାଗି ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଦ୍ରବ୍ୟ ଓ ସେବା ଟିକସ ବିଲ୍‌ ଗୃହରେ ଗୃହୀତ କରିବା ପୂର୍ବରୁ ଏ ବିଷୟରେ ଭଲ ଭାବେ ଆଲୋଚନା ହେବା ଆବଶ୍ୟକ ବୋଲି ନରସିଂହ କହିଛନ୍ତି।
ଶୂନ୍ୟକାଳରେ ବିରୋଧୀ ଭାଜପା ସଦସ୍ୟଙ୍କୁ କହିବାକୁ ସୁଯୋଗ ନ ମିଳିବାରୁ ପ୍ରବଳ ହଟ୍ଟଗୋଳ କରିଥିଲେ। ଏପରିକି ଗୃହର ମଧ୍ୟଭାଗକୁ ଆସି ହୋ-ହଲ୍ଲା କରିଥିଲେ। ପାଟିତୁଣ୍ଡ ମଧ୍ୟରେ ଉପବାଚସ୍ପତି ରଜନୀକାନ୍ତ ସିଂ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଓଡ଼ିଶା ରାଜ୍ୟ ଅର୍ଥ ନିଗମ ଓ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ନିଗମର ୨୦୧୯-୨୦ ବାର୍ଷିକ ରିପୋର୍ଟ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ଓଡ଼ିଶା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଗୃହରେ ଉପସ୍ଥାପନ କରିବାକୁ କହିଥିଲେ। ଏଥିସହ ଜିଏସ୍‌ଟି ବିଲ-୨୦୧୯କୁ ଗୃହରେ ଆଗତ କରିବା ଲାଗି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ କହିଥିଲେ। ପାଟିତୁଣ୍ଡକୁ ଦେଖି ଉପବାଚସ୍ପତି ଗୃହକୁ ୧୨.୦୭ରୁ ବୁଧବାର ୧୦.୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri