ବିଧାନସଭାରେ ଶୋକ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ବିଧାନସଭାରେ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଗୃହରେ ବୁଧବାର ଶୋକ କରାଯାଇଛି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀଙ୍କୁ ଶୋକ ପ୍ରସ୍ତାବ ଆଗତ କରିବା ଲାଗି କହିଥିଲେ। ମୁଖ୍ୟମନ୍ତ୍ରୀ ପୂର୍ବତନ ସଦସ୍ୟା ବୀର ସିଫ୍‌କା, ବିଜୟ କୁମାର ନାଏକ, ପ୍ରହଲ୍ଲାଦ ଦୋରାଙ୍କ ବିୟୋଗରେ ଗୃହରେ ପ୍ରସ୍ତାବ ଆଗତ କରିଥିଲେ। ପରଲୋକଗତ ସଦସ୍ୟଙ୍କ ରାଜନୈତିକ ଜୀବନୀ ଉପରେ ସଂକ୍ଷିପ୍ତ ବିବରଣୀ ଦେବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ବାଚସ୍ପତିଙ୍କ ଜରିଆରେ ଗୃହରେ ସମବେଦନା ଜଣାଇଥିଲେ। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗୃହରେ ଆଗତ ଶୋକ ପ୍ରସ୍ତାବକୁ ସମର୍ଥନ କରିବା ସହିତ ସ୍ବର୍ଗତ ସଦସ୍ୟଙ୍କ ସୃତିଚାରଣ କରିଥିଲେ। ବାଚସ୍ପତିଙ୍କ ଜରିଆରେ ସଦସ୍ୟମାନଙ୍କ ପରିବାରବର୍ଗଙ୍କୁ ନିଜର ତଥା ଦଳର ସମବେଦନା ଜଣାଇଥିଲେ। ଶେଷରେ ବାଚସ୍ପତି ଗୃହର ନେତାଙ୍କ ଦ୍ୱାରା ଆଗତ ଶୋକ ପ୍ରସ୍ତାବକୁ ଗ୍ରହଣକରି ସ୍ବର୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ନିଜର ସମବେଦନା ଜଣାଇଥିଲେ। ପରଲୋକଗତଙ୍କ ବିୟୋଗରେ ଗୃହରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ୧୨ ମିନିଟ ଧରି ଗୃହରେ ଶୋକ ପ୍ରସ୍ତାବ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri