ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ଡିଜିପି

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖ ଅର୍ଥାତ୍‌ ବୁଧବାରରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏ ନେଇ ମଙ୍ଗଳବାର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ବି.କେ. ଶର୍ମା। ଏହା ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି। ବିଧାନସଭା ଶୀତ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଡିଜିପି କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ସୁରକ୍ଷା ବ୍ୟବସ୍ଥା ପାଇଁ ୭ମ ବାଟାଲିୟନର ସ୍ବତନ୍ତ୍ର ଟିମ୍‌ ରହିବେ। ଏହା ସହ ପୂରା ଗାନ୍ଧି ମାର୍ଗ ସିସିଟିଭି ନଜରରେ ରହିବ। ଅଧିବେଶନ ବେଳେ ଚାଲୁଥିବା ଆନ୍ଦୋଳନ ଓ ଆନ୍ଦୋଳନକାରୀଙ୍କ ଉପରେ କଡ଼ା ନଜର ରଖାଯିବ।