ବିଧାନସଭା ଅଧିବେଶନ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି ଆନ୍ଦୋଳନକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ବୁଧବାରଠାରୁ ବିଧାନସଭାର ଷୋଡ଼ଶ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ପୋଲିସ ଡିଜି ବି.କେ. ଶର୍ମା ଓ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ବିଧାନସଭା ଭିତର ଓ ପରିସର ବୁଲି ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିବା ସହ ଯାଞ୍ଚ କରିଛନ୍ତି। ସୁରକ୍ଷା ଦାୟିତ୍ୱରେ ଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି। ଏହାପରେ ସୁରକ୍ଷା ସଂକ୍ରାନ୍ତ ରିହର୍ସାଲ କରାଯାଇଥିଲା। ବାଚସ୍ପତି ବିଧାନସଭା ପ୍ରବେଶ କରିବା ପୂର୍ବରୁ କିଭଳି ଗାର୍ଡଅଫ୍‌ ଅନର ଦିଆଯିବ ତାହା ଉପରେ ପୂର୍ବାଭ୍ୟାସ କରାଯାଇଥିଲା। ସେହିଭଳି ବିଧାନସଭା ଭିତର ଓ ବାହାରେ ବୋମା ନିଷ୍କ୍ରିୟକାରୀ ଟିମ୍‌ ଓ ସନ୍ଧାନୀ କୁକୁର ଦ୍ୱାରା ଯାଞ୍ଚ କରାଯାଇଥିଲା।
ତେବେ ଏ ସଂକ୍ରାନ୍ତରେ ଡିଜିପି କହିଛନ୍ତି, ବିଧାନସଭା ଓ ଆଖପାଖ ଅଞ୍ଚଳରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ କଣ୍ଟ୍ରୋଲରୁମ୍‌ ଓ ସମନ୍ବିତ କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ଓ ୯୦ ଅଫିସର ରହିଛନ୍ତି। ଏହାସହ ୨ ସ୍ପେଶାଲ ଟାକ୍ଟିକାଲ ୟୁନିଟ, ଷ୍ଟ୍ରାଇକିଂ ଫୋର୍ସ ଓ କ୍ୟୁଆର୍‌ଟି ମୁତୟନ ପାଇଁ ବ୍ୟବସ୍ଥା ହୋଇଛି। ରୁଫ୍‌ ଟପ୍‌ ସିକ୍ୟୁରିଟି ସହ ବିଭିନ୍ନ ସ୍ଥାନରେ ସାଦା ପୋଷାକଧାରୀ ପୋଲିସ ପୂରା ସ୍ଥିତି ଉପରେ ନଜର ରଖିବେ। ବିଧାନସଭା ଓ ଗାନ୍ଧୀମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସମ୍ପୂର୍ଣ୍ଣ ସିଲ୍‌ କରାଯିବା ସହ ସିସିଟିଭି ନଜରରେ ରହିବ। ଲୋୟର ପିଏମ୍‌ଜିରେ ଏକାଧିକ ସଂଗଠନ ଧାରଣା ଓ ବିକ୍ଷୋଭ କରିବେ। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଇନଶୃଙ୍ଖଳା ରକ୍ଷା ପାଇଁ ନୂତନ ଭାବେ ୭ ବାଟାଲିୟନ ଫୋର୍ସକୁ ଟ୍ରେନିଂ ଦିଆଯାଇଛି। ଏଠାରେ ବହୁବର୍ଷ ଧରି କାର୍ଯ୍ୟ କରୁଥିବା ଅଭିଜ୍ଞ ବ୍ୟକ୍ତିମାନଙ୍କୁ ବିଧାନସଭାର ସୁରକ୍ଷା ଦାୟିତ୍ୱ ଦିଆଯାଇଛି। ବିକ୍ଷୋଭ ସମୟରେ କୌଣସି ସଂଗଠନ ଆଇନକୁ ହାତକୁ ନେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri