ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ସଂଘ କର୍ମକର୍ତ୍ତା କହିଛନ୍ତି।
ସଂଘର ସଭାପତି ଦେବ ବିଜୟୀ ମିଶ୍ର ଓ ସାଧାରଣ ସମ୍ପାଦକ ଅଭୟ କୁମାର ପ୍ରଧାନ କହିଛନ୍ତି, ଦୀର୍ଘ ୧୧ବର୍ଷ ହେଲା ଓଡ଼ିଶାର ପ୍ରାୟ ୩ଶହ ମହାବିଦ୍ୟାଳୟର ୩ ହଜାର ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ମାସକୁ ମାତ୍ର ୨ରୁ ୩ହଜାର ଟଙ୍କା ଦରମା ପାଇ କାମ କରୁଛନ୍ତି। ଏତେ ସ୍ବଳ୍ପ ବେତନରେ ସେମାନେ ଚଳିବା କଷ୍ଟକର ହୋଇପଡ଼ୁଛି। ସରକାରଙ୍କ ନିୟମାନୁଯାୟୀ ଏହି ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀମାନେ ୭ଘଣ୍ଟା କାର୍ଯ୍ୟ କରିବା ସହ ବାୟୋମେଟ୍ରିକ୍‌ ଉପସ୍ଥାନ ଦେଉଛନ୍ତି। ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀଙ୍କ ସ୍ଥାୟୀ ନିଯୁକ୍ତି ପାଇଁ ସରକାରଙ୍କୁ ତାଲିକା ପ୍ରଦାନ କରାଯାଇଛି। ସରକାର ସେମାନଙ୍କ ସମସ୍ୟା ପ୍ରତି ଅବଗତ ଥିଲେ ମଧ୍ୟ ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ୨୦୦୮ ଜୁନ ୧ରୁ ୨୦୧୩ ନଭେମ୍ବର ୩୦ପର୍ଯ୍ୟନ୍ତ ସରକାରୀ ମାନ୍ୟତା ପାଇ ନ ଥିବା ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀଙ୍କୁ ସରକାରୀ ମାନ୍ୟତା ଦେବା, ଚାକିରି ସର୍ତ୍ତାବଳୀ ସହିତ ପୂର୍ଣ୍ଣ ଅନୁଦାନ ପ୍ରଦାନ ନିମନ୍ତେ ଦାବି କରାଯାଇଛି। ସଂଘ ଏ ନେଇ ଉଚ୍ଚଶିକ୍ଷା ବିଭାଗକୁ ବାରମ୍ବାର ଜଣାଇବା ପରେ ୨୦୧୮ ଅଗଷ୍ଟରେ ଏକ ଆଲୋଚନା ହୋଇ ରାଜ୍ୟର ବିଭିନ୍ନ ଶିକ୍ଷା ବିଭାଗ ଆଞ୍ଚଳିକ ନିର୍ଦ୍ଦେଶକଙ୍କ ଜରିଆରେ ଅଧ୍ୟାପକ ଓ କର୍ମଚାରୀମାନଙ୍କ ଅବସ୍ଥିତି ମଗାଯାଇଥିଲା। ସେହି ଅନୁଯାୟୀ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀଙ୍କ ସଂଖ୍ୟା ୨୭୫୦ ବୋଲି ଆକଳନ କରାଯାଇ ୧ କୋଟି ୪୨ଲକ୍ଷ ୧୬ ହଜାର ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ମାତ୍ର ସରକାର ଦାବି ପୂରଣ କରୁ ନ ଥିବାରୁ ସଂଘ ପକ୍ଷରୁ ଶୁକ୍ରବାର ବିଧାନସଭା ଆଗରେ ଧାରଣା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ସଂଘ ସଭାପତି ଓ ସାଧାରଣ ସମ୍ପାଦକଙ୍କ ସମେତ ଉପସଭାପତି ରଶ୍ମିତା ମହାପାତ୍ର, କୋଷାଧ୍ୟକ୍ଷ ଦିବ୍ୟକାନ୍ତ ତ୍ରିପାଠୀ, ଆବାହକ ବିମଳ ଚନ୍ଦ୍ର ନନ୍ଦୀ, ରାଜ୍ୟ ସଂଯୋଜକ ସନ୍ତୋଷ କୁମାର ରାୟ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri