ବିଧାନସଭା କର୍ମଚାରୀଙ୍କୁ କ୍ୱାରାଣ୍ଟାଇନରେ ଯିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ତୃତୀୟ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ରାଜ୍ୟବାସୀଙ୍କ ମନରେ କୋକୁଆ ଭୟ ଖେଳିଯାଇଛି। ଏଥିପାଇଁ ଉକ୍ତ ରୋଗୀଙ୍କ ସଂସ୍ପର୍ଶରେ କେହି କେହି ରହିଥିଲେ ସେମାନଙ୍କ ଖୋଜାଚାଲିଛି। ଇତିମଧ୍ୟରେ ରୋଗୀ ଜଣକ ଭୁବନେଶ୍ୱରର ହୋଇଥିବା ଜଣାପଡିବା ପରେ ଏବେ ପୁଣି ସେ ବିଧାନସଭାର କେତେଜଣ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଖବର ମିଳିଛି। କରୋନା ସଂକ୍ରମଣ ଆଶଙ୍କା କରି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାର ସମସ୍ତ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନରେ ରହିବା ପାଇଁ କହିବା ସହିତ ବିଲ୍ଡିଂଙ୍କୁ ସମ୍ପୂର୍ଣ୍ଣ ଭୂତାଣୁମୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବଜେଟର ବାକି ଥିବା ଅବଶିଷ୍ଟ କାର୍ଯ୍ୟ ଦିବସ ଲୋକ ସେବା ଭବନର କନଭେନଶନ ହଲରେ ହେବ ବୋଲି ଶୁକ୍ରବାର ସୂଚନା ଦେଇଛନ୍ତି। କୋଭିଡ-୧୯ର ଭୟାବହତା ଦିନକୁ ଦିନ ବ୍ୟାପକ ହେବାରେ ଲାଗିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ୩ରେ ପହଞ୍ଚତ୍ଥିବା ବେଳେ ଅନେକ ସନ୍ଦିଗ୍ଧ କରୋନା ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଇଛି। ସେମାନଙ୍କ ରକ୍ତ ନମୁନା ତଥା ସେମାନଙ୍କଠାରେ କରୋନା ଭୂତାଣୁ ଅଛି କି ନାହିଁ ପରୀକ୍ଷା କରାଯିବା ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri