ବିଧାନସଭା ଗୃହ କମିଟିର ପୁରୁଷୋତ୍ତମପୁର ଗସ୍ତ: ଅଙ୍ଗନଓ୍ବାଡି କେନ୍ଦ୍ର, ଆବାସିକ ବିଦ୍ୟାଳୟ ବୁଲି ସମସ୍ୟା ପରଖିଲେ

ପୁରୁଷୋତ୍ତମପୁର, ୫।୧୧(ଡି.ଏନ୍‌.ଏ.): ବିଧାନସଭା ମହିଳା ଶିଶୁ ବିକାଶ ବିଭାଗ ଗୃହ କମିଟି ମଙ୍ଗଳବାର ଗଞ୍ଜାମ ଜିଲା ପୁରୁଷୋତ୍ତମ ପୁର ଗ୍ରସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରଖିଛନ୍ତି। କମିଟିର ଅଧ୍ୟକ୍ଷା ତଥା ଚିକିଟି ବିଧାୟିକା ଉଷାଦେବୀଙ୍କ ନେତୃତ୍ୱରେ ସଭ୍ୟ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଆସ୍କା ବିଧାୟିକା ମଞ୍ଜୁଳା ସ୍ବାଇଁ, ସୁନ୍ଦର ଗଡ ବିଧାୟିକା କୁସୁମ ଟେଟେ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ , ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ ସହ ମହିଳା ଓ ଶିଶୁ ବିକାଶ ବିଭାଗର ଫିଲ୍ଡ ଅଫିସର ମିରା ପାଣି, ବିଧାନସଭା୍‌ର ସହକାରୀ ସେକ୍ସନ ଅଫିସର ଇ. ଚିନା ବାବୁଙ୍କ ସମେତ ଜିଲା ସର୍ବଶିକ୍ଷା ଅଭିଯାନ ପ୍ରକଳ୍ପ ସଂଯୋଜକ ବିନିତା ସେନାପତି, ପୁରୁଷୋତ୍ତମପୁର ସିଡିପିଓ ସବିତା ଚ୍ୟାଉପଟ୍ଟନାୟକ, ବିଡିଓ ସୀମାଞ୍ଚଳ ମହାନ୍ତି, ତହସିଲଦାର ଅରୁଣ କୁମାର ନାୟକ, ବ୍ଲକ ଶିକ୍ଷା ଅଧିକାରୀ ହରେକୃଷ୍ଣ ପଣ୍ଡା, ଏନ୍‌ଏସି ନିର୍ବାହୀ ଅଧିକାରୀ ନାଗେଶ୍ବର ରାଓ , ଅଙ୍ଗନୱାଡି ସୁପରଭାଇଜର ଇନ୍ଦିରା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। କମିଟିର ସଭ୍ୟ ମାନେ ପୁରୁଷୋତ୍ତମପୁର ଏନ୍‌ଏସିର କୁମାରୀରେ ତିନୋଟି ଅଙ୍ଗନୱାଡି କେନ୍ଦ୍ରକୁ ଯାଇ ଶିଶୁଙ୍କ ସହ ହସଖୁସି କରି ସେମାନଙ୍କ ସମସ୍ୟା ବୁଝିଥିଲେ ଓ ନାଚଗୀତଦେଖିବା ସହ ଶିକ୍ଷା ଦାନ ସମ୍ପର୍କରେ ପରଖିଥଲେ। ନରସିଂହ ଦାଶ ହାଇସ୍କୁଲ ରେ ଓଡ୍ରାଫ ଟିମ ତତ୍ତ୍ୱାବଧାନରେ ମହିଳା ମାନଙ୍କ ସ୍ବୟଂଶିଦ୍ଧା ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ଓ ଦୁର୍ଘଟଣା ସମୟରେ କିପରିଭାବେ ମୁକାବଲା କରାଯିବ ତାହାର ମକଡ୍ରିଲକୁ ପରଖିଥଲେ। ଏହାସହ ଭୂତସରସିଙ୍ଗି ପଞ୍ଚାୟତର କକଇଠଡା ଗ୍ରାମରେ ଥିବା ଆବାସିକ ବିଦ୍ୟାଳୟକୁ ଯାଇ ଛାତ୍ରୀମାନଙ୍କ ସମସ୍ୟା ବୁଝିବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ଅବସରରେ କମିଟିର ଅଧ୍ୟକ୍ଷା ଉଷାଦେବୀ ସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri