ବିଧାନସଭା ପରିସରରେ ବିଜୁ ଜୟନ୍ତୀ ପାଳିତ

ଭୁବନେଶ୍ୱର,୫।୩(ବ୍ୟୁରୋ)- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ତଥା ପ୍ରାର୍ଥନା ସଭାଅନୁଷ୍ଠିତ ହୋଇଥିଲା। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ବାଚସ୍ପତି ଡ. ପାତ୍ର, ଉପବାଚସ୍ପତି ରଜନୀ କାନ୍ତ ସିଂହ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଏକାଧିକ ବିଧାୟକ ଓ ପୂର୍ବତନ ବିଧାୟକ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବରପୁତ୍ରଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ମହାନ ରାଷ୍ଟ୍ରନୀତିଜ୍ଞ ବିଜୁ ପଟ୍ଟନାୟକଙ୍କ ସ୍ମୃତିରେ ଏକ ସଂଗୀତ ପରିବେଷଣ କରିଥିଲେ। ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri