ବିଧାନସଭା ପରିସରରେ ବିଜୁ ଜୟନ୍ତୀ ପାଳିତ

ଭୁବନେଶ୍ୱର,୫।୩(ବ୍ୟୁରୋ)- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ତଥା ପ୍ରାର୍ଥନା ସଭାଅନୁଷ୍ଠିତ ହୋଇଥିଲା। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ବାଚସ୍ପତି ଡ. ପାତ୍ର, ଉପବାଚସ୍ପତି ରଜନୀ କାନ୍ତ ସିଂହ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଏକାଧିକ ବିଧାୟକ ଓ ପୂର୍ବତନ ବିଧାୟକ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବରପୁତ୍ରଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ମହାନ ରାଷ୍ଟ୍ରନୀତିଜ୍ଞ ବିଜୁ ପଟ୍ଟନାୟକଙ୍କ ସ୍ମୃତିରେ ଏକ ସଂଗୀତ ପରିବେଷଣ କରିଥିଲେ। ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri