ବିଧାନସଭା ଶୀତ ଅଧିବେଶନ: ୧୩ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୫ା୧୧(ବ୍ୟୁରୋ):  ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ଏଥର ବିଧାନସଭାରେ ସରକାର ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ ସରକାରଙ୍କ ପକ୍ଷରୁ ବଜେଟ ପାଇଁ ସବୁ ପ୍ରକାର ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର ବିରୋଧୀ ବିଧାନସଭା ଅଧିବେଶନରେ ବିଭିନ୍ନ ସମସ୍ୟା ନେଇ ଘେରିବାକୁ ଯୋଜନା ରଖିଛନ୍ତି। ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ଭାଜପା ଏବଂ କଂଗ୍ରେସ ବାରମ୍ବାର ଶାସକ ଦଳ ଉପରେ ବର୍ଷିବାରେ ଲାଗିଛନ୍ତି। ଭାଜପା ଏହି ପ୍ରସଙ୍ଗରେ ବିଧାନସଭା ଚଳାଇଦେବ ନାହିଁ ବୋଲି କହୁଥିବା ବେଳେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ଘଟଣାରେ ଆବଶ୍ୟକ ପଡ଼ିଲେ ଭାଜପାକୁ ସମର୍ଥନ ଦେବ ବୋଲି କହିସାରିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ଆହୁରି ଅନେକ ପ୍ରସଙ୍ଗ ଆସିଲାଣି, ଯାହାକୁ ନେଇ ବିରୋଧୀ ଏଥର ଶାସକ ଦଳକୁ ଡରେଇବା ପାଇଁ ସମ୍ପୂର୍ଣ୍ଣ ତୟାରରେ ଅଛି। ଭାଜପା ଏବଂ କଂଗ୍ରେସ ଆସନ୍ତା ୧୨ରେ ବିଧାୟକ ଦଳ ବୈଠକ କରିବେ ବୋଲି ଯୋଜନା ରଖିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ବିଧାନସଭା ଅଧିବେଶନ ଆରମ୍ଭର ଦିନକ ଆଗରୁ ବିରୋଧୀ ଏକାଠି ହୋଇ ଶାସକ ଦଳକୁ ଘେରିବା ପାଇଁ ଏଜେଣ୍ଡା ପ୍ରସ୍ତୁତ କରିବେ। ଏଥର ବିରୋଧୀ ପକ୍କାଘର ବଣ୍ଟନରେ ଦୁର୍ନୀତି, ଚାଷୀ ସମସ୍ୟା, ସରକାରଙ୍କ ୫-ଟି ଯୋଜନା ଏବଂ ମୋ ସରକାର ଯୋଜନା ବିରୋଧରେ ଏକାଠି ହୋଇ ଗୃହ ଚଳାଇ ଦେବେ ନାହିଁ ବୋଲି ଯୋଜନା ରଖିଛନ୍ତି। ସେପଟେ ଶାସକ ଦଳ ପକ୍ଷରୁ ଅଧିବେଶନ ଆରମ୍ଭର କିଛି ସମୟ ପୂର୍ବରୁ ବିଧାୟକ ଦଳ ବୈଠକ ବସିବ ବୋଲି ଜଣାଡିଛି। ୧୩ ତାରିଖ ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri