ବିଧାନସଭା ଶୀତ ଅଧିବେଶନ: ୧୩ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୫ା୧୧(ବ୍ୟୁରୋ):  ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ଏଥର ବିଧାନସଭାରେ ସରକାର ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ ସରକାରଙ୍କ ପକ୍ଷରୁ ବଜେଟ ପାଇଁ ସବୁ ପ୍ରକାର ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର ବିରୋଧୀ ବିଧାନସଭା ଅଧିବେଶନରେ ବିଭିନ୍ନ ସମସ୍ୟା ନେଇ ଘେରିବାକୁ ଯୋଜନା ରଖିଛନ୍ତି। ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ଭାଜପା ଏବଂ କଂଗ୍ରେସ ବାରମ୍ବାର ଶାସକ ଦଳ ଉପରେ ବର୍ଷିବାରେ ଲାଗିଛନ୍ତି। ଭାଜପା ଏହି ପ୍ରସଙ୍ଗରେ ବିଧାନସଭା ଚଳାଇଦେବ ନାହିଁ ବୋଲି କହୁଥିବା ବେଳେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ଘଟଣାରେ ଆବଶ୍ୟକ ପଡ଼ିଲେ ଭାଜପାକୁ ସମର୍ଥନ ଦେବ ବୋଲି କହିସାରିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ଆହୁରି ଅନେକ ପ୍ରସଙ୍ଗ ଆସିଲାଣି, ଯାହାକୁ ନେଇ ବିରୋଧୀ ଏଥର ଶାସକ ଦଳକୁ ଡରେଇବା ପାଇଁ ସମ୍ପୂର୍ଣ୍ଣ ତୟାରରେ ଅଛି। ଭାଜପା ଏବଂ କଂଗ୍ରେସ ଆସନ୍ତା ୧୨ରେ ବିଧାୟକ ଦଳ ବୈଠକ କରିବେ ବୋଲି ଯୋଜନା ରଖିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ବିଧାନସଭା ଅଧିବେଶନ ଆରମ୍ଭର ଦିନକ ଆଗରୁ ବିରୋଧୀ ଏକାଠି ହୋଇ ଶାସକ ଦଳକୁ ଘେରିବା ପାଇଁ ଏଜେଣ୍ଡା ପ୍ରସ୍ତୁତ କରିବେ। ଏଥର ବିରୋଧୀ ପକ୍କାଘର ବଣ୍ଟନରେ ଦୁର୍ନୀତି, ଚାଷୀ ସମସ୍ୟା, ସରକାରଙ୍କ ୫-ଟି ଯୋଜନା ଏବଂ ମୋ ସରକାର ଯୋଜନା ବିରୋଧରେ ଏକାଠି ହୋଇ ଗୃହ ଚଳାଇ ଦେବେ ନାହିଁ ବୋଲି ଯୋଜନା ରଖିଛନ୍ତି। ସେପଟେ ଶାସକ ଦଳ ପକ୍ଷରୁ ଅଧିବେଶନ ଆରମ୍ଭର କିଛି ସମୟ ପୂର୍ବରୁ ବିଧାୟକ ଦଳ ବୈଠକ ବସିବ ବୋଲି ଜଣାଡିଛି। ୧୩ ତାରିଖ ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?