ବିଧାୟକଙ୍କୁ ବାଚସ୍ପତିଙ୍କ ପରାମର୍ଶ, ଗ୍ରନ୍ଥାଗାରରେ ଅଧ୍ୟୟନ କର

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ବିଧାୟକମାନେ ବିଧାନସଭା ଗ୍ରନ୍ଥାଗାରରେ ଅଧ୍ୟୟନ କରନ୍ତୁ। ଅଧିବେଶନ ଚାଲିଥିବା ସମୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସମସ୍ତ ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ କରନ୍ତୁ। ଏହାଦ୍ୱାରା ଜନ ପ୍ରତିନିଧିମାନେ ଅଧିକ ଦକ୍ଷ ଓ ପାରଦର୍ଶୀ ହୋଇପାରିବେ। ଶନିବାର ଷୋଡ଼ଶ ବିଧାନସଭାର ନବ ନିର୍ବାଚିତ ସଦସ୍ୟଙ୍କ ପାଇଁ ଆୟୋଜିତ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଉଦଯାପନୀ ଦିବସରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହା କହିଛନ୍ତି।

ସୂର୍ଯ୍ୟ କହିଥିଲେ ଯେ, ଜନପ୍ରତିନିଧି ଅଧିକ ଦକ୍ଷ ହୋଇପାରିଲେ ଲୋକମାନଙ୍କ ଆଶା, ଆକାଂକ୍ଷାକୁ ଅଧିକ ମାତ୍ରାରେ ପୂରଣ କରିପାରିବେ। ଗୃହ ପରିଚାଳନା ବିଧିବ୍ୟବସ୍ଥା, ଆଇନ ପ୍ରଣୟନ, ବଜେଟ୍‌ ପ୍ରସ୍ତୁତି, ବିଶେଷ ଅଧିକାର, ବୈଧାନିକ ପ୍ରଥା, ପରମ୍ପରା ସମ୍ପର୍କରେ ପ୍ରଦାନ କରାଯାଇଥିବା ପ୍ରଶିକ୍ଷଣ ନିଶ୍ଚିତ ଉପାଦେୟ ହେବ ବୋଲି ସୂର୍ଯ୍ୟ କହିଥିଲେ। ସେହିପରି ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଥିଲେ ଯେ, ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ସମସ୍ତଙ୍କ ପାଇଁ ଉପାଦେୟ। ନବାଗତ ଏଥିରୁ ଜ୍ଞାନ ଅର୍ଜନ କରିଥିବା ବେଳେ ବରିଷ୍ଠମାନେ ଅଭିଜ୍ଞତା ବାଣ୍ଟିଛନ୍ତି। ଏହା ନିଶ୍ଚିତ ରୂପେ ଜନ ପ୍ରତିନିଧିଙ୍କ ଦକ୍ଷତା ବୃଦ୍ଧିରେ ସହାୟକ ହେବ ବୋଲି ପ୍ରମିଳା କହିଛନ୍ତି। ପ୍ରଥମାର୍ଦ୍ଧରେ ଲୋକ ସଭା ସଚିବାଳୟ ନିର୍ଦ୍ଦେଶକ(ପିଆରଆଇଡିଇ) ପୁଲିନ୍‌ ପୁନିଆ ଏବଂ କୃଷିମନ୍ତ୍ରୀ ଅରୁଣ ସାହୁ ବକ୍ତବ୍ୟ ରଖିଥିଲେ। ଉଭୟେ କିଭଳି ପ୍ରଭାବୀ ବିଧାୟକ ହୋଇପାରିବେ, ସେ ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ବିଧାନସଭାର ବଜେଟ୍‌ ପ୍ରକ୍ରିୟା ବିଷୟରେ ଲୋକ ସଭା ସଚିବାଳୟ ନିର୍ଦ୍ଦେଶକ ଏମ୍‌.କେ. ମଧୁସୂଦନ ଓ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ଆଲୋଚନା କରିଥିଲେ। ଦ୍ୱିତୀୟାର୍ଦ୍ଧରେ ସାର୍ବଜନୀନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ନିର୍ଦ୍ଦେଶକ ପି. ପୁନିଆ ମତ ରଖିଥିଲେ। ଶେଷ ପର୍ଯ୍ୟାୟରେ ପ୍ରଥମଥର ପାଇଁ ବିଧାନସଭାରେ ଇ-ବିଧାନସଭା ବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା। ଏଥିରେ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ସଂସଦୀୟ ବ୍ୟାପାର(ଏନ୍‌ଆଇସି) ଉପ ମହାନିର୍ଦ୍ଦେଶକ ଏନ୍‌.ଏସ୍‌. ଅର୍ଣ୍ଣେଜା ଆଲୋଚନା କରିଥିଲେ। ଏହି ବିଷୟକୁ ଜାଣିବା ନେଇ ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ଆସନ୍ତା ଅଧିବେଶନଗୁଡିକ ଯେପରି କାଗଜମୁକ୍ତ ହୋଇପାରିବ, ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି। କିଛିଦିନ ପୂର୍ବେ ଇ-ବିଧାନସଭା ସମ୍ପର୍କରେ ଜ୍ଞାନ ଅର୍ଜନ କରିବା ପାଇଁ ଏକ କମିଟି ହିମାଚଳପ୍ରଦେଶ ଗସ୍ତ କରିଥିଲା। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପବାଚସ୍ପତି ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?