ବିଧାୟକଙ୍କ ଜେଇଙ୍କୁ ବସ୍‌ଉଠ୍‌ ଘଟଣା: ଓବିସି ମଞ୍ଚର ପାଟଣାଗଡ ଥାନା ଘେରାଉ, ଆଟ୍ରୋସିଟି ଆଇନ ପ୍ରତ୍ୟାହାର ଦାବି

ପାଟଣାଗଡ଼,୨୧।୬(ଡି.ଏନ୍‌.ଏ.): ଗତ ୫ ତାରିଖରେ ଗମ୍ଭାରୀ ଗ୍ରାମଠାରେ ନିମ୍ନମାନର ରାସ୍ତାକାମକୁ ନେଇ ପାଟଣାଗଡ଼ ବିଧାୟକ ସରୋଜ ମେହେର ପୂର୍ତ୍ତ ବିଭାଗ ଜେଇଙ୍କୁ ଉଠ୍‌ବସ୍‌ କରିଥିବା ଘଟଣାରେ ବିଧାୟକଙ୍କ ନାମରେ ଆଟ୍ରୋସିଟି ମାମଲା ରୁଜୁ ହୋଇଥିଲା। ଜିଲା ଆଦିବାସି କଲ୍ୟାଣ ସଂଘ ପକ୍ଷରୁ ବିଧାୟକଙ୍କ ଗିରଫ ଦାବି ଜୋର ଧରିଥିବା ବେଳେ ଶୁକ୍ରବାର ପାଟଣାଗଡ଼ ଓବିସି ମଞ୍ଚ ପକ୍ଷରୁ ବିଧାୟକଙ୍କ ଉପରୁ ଆଟ୍ରୋସିଟି ଆଇନ ପ୍ରତ୍ୟାହାର ପାଇଁ ପାଟଣାଗଡ଼ ଥାନା ଘେରାଉ ହୋଇଛି। ଓବିସି ମଞ୍ଚର କର୍ମକର୍ତ୍ତା ସ୍ଥାନୀୟ ଭୋଳାନାଥ କଲ୍ୟାଣ ମଣ୍ଡପରୁ ଏକ ବିଶାଳ ରାଲିରେ ବାହାରି ପାଟଣାଗଡ଼ ଥାନାରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ବଲାଙ୍ଗୀର ଅତରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଜମାଦାରଙ୍କ ସହିତ ଆଲୋଚନା କରି ତାଙ୍କୁ ଦାବି ଜଣାଇଥିଲେ ଏବଂ ଏହାର ନିରପେକ୍ଷ ତଦନ୍ତ କରାଯାଉ ବୋଲି ଦାବି କରିଥିଲେ।
ଏଥିରେ ଓବିସି ମଞ୍ଚ ସଂଯୋଜକ ପ୍ରକାଶ ଭୋଇ, ମଞ୍ଚର ଯତି ପଧାନ, ଗୋପ ମେହେର, ଦିଲୀପ ମେହେର ଲକ୍ଷେଘର ଗଣ୍ଡା ସମାଜର ସଭ୍ୟାସଭ୍ୟ, ଯୁବ ଆଦିବାସୀ ସଂଘର ସଭ୍ୟାସଭ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri