ବିଧାୟକଙ୍କ ବନ୍ୟାଞ୍ଚଳ ପରିଦର୍ଶନ

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡରେ ଆଜକୁ ୩ ଦିନ ହେଲା ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀରେ ଜଳସ୍ରୋତ ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଶହ ଶହ ଏକର ଚାଷଜମି ବାଲିଚର ହେବା ସହ ଅନେକ ଗରୀବଙ୍କ ଘର ଭୁଶୁଡି ପଡିଛି । ବୁଧବାର ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ ଲାଞ୍ଜିଗଡ ଅଞ୍ଚଳର ବିଭିନ୍ନ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ପ୍ରଥମେ ବିଧାୟକ ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକରେ ଯୋଗଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ । ପରେ ପୋଖରୀବନ୍ଧ ପଞ୍ଚାୟତ ବିନାୟକପୁର, ଚମ୍ପାଦେଇପୁର ପଞ୍ଚାୟତର ଚନ୍ଦନପୁର, ଗୋପୀନାଥପୁର ପରିଦର୍ଶନ କରିଥିବା ବେଳେ ଛତ୍ରପୁରରୁ ବାତେରଲିମାକୁ ସଂଯୋଗ କରୁଥିବା ପୋଲ ନିକଟ ରାସ୍ତା ବନ୍ୟା ପାଣିରେ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଥିବା ଦେଖିଥିଲେ । ହେଲେ କାନକୁଟ୍ରୁ ପଞ୍ଚାୟତର ୬ଟି ଗାଁ ବର୍ତ୍ତମାନ ମଧ୍ୟ ଜଳବନ୍ଦି ଅବସ୍ଥାରେ ଥିବା ବେଳେ ସେ ଅଞ୍ଚଳକୁ ବିଧାୟକଙ୍କ ଦୃଷ୍ଟି ପଡି ନ ଥିଲା। ଲାଞ୍ଜିଗଡ ବ୍ଲକରେ ଥିବା ଘାଟି ଅଞ୍ଚଳର ପାହାଡପଦର, ମାଳିଯୁବାଙ୍ଗ, ଲାଖବାହାଲି, ବେନଗାଁ, ଲାଞ୍ଜି, ବନ୍ଧପାରୀ, କାନକୁଟ୍ରୁ, କୁମଖାଲ ଓ ବେଡାଗାଁ ପଞ୍ଚାୟତରେ ଏହି ବନ୍ୟାରେ ଅନେକ ଲୋକଙ୍କ ଘର ଭୁଶୁଡି ପଡିଥିବା ବେଳେ ଅନେକ ଚାଷଜମୀ ବାଲିଚର ହୋଇ ଚାଷସବୁ ନଷ୍ଟ ହୋଇଯାଇଛି । ଏହି ଯାଗାକୁ ବିଧାୟକ ପରିଦର୍ଶନ କରି ଦେଖିବା କଥା ବୋଲି ଅନେକ ମତପ୍ରକାଶ କରିଛନ୍ତି। ନିର୍ବାଚନ ପରେ ବିଧାୟକ ପ୍ରଦିପଙ୍କ ଏହା ପ୍ରଥମ ଲାଞ୍ଜିଗଡ ଅଞ୍ଚଳ ଗସ୍ତ ଥିଲା । ବିଧାୟକ ଦିଶାରୀ ଆସିବା ପରେ ବିଜେଡି କର୍ମୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା । ଏହି ଗସ୍ତରେ ବିଧାୟକ ଅନେକ ସ୍କୁଲ ମଧ୍ୟ ପରିଦର୍ଶନ କରିଥିଲେ । ଏହି ଗସ୍ତରେ ବିଧାୟକ ପ୍ରତିନିଧି ପ୍ରଦିପ ଘଡେଇ, ବ୍ଲକ ବିଜେଡି ସଭାପତି ଗୋବିନ୍ଦ ପ୍ରଧାନି, ବିଶ୍ୱମିତ୍ର ଘଡେଇ, ନରେନ୍ଦ୍ର ପ୍ରଧାନି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri