Posted inରାଜ୍ୟ

ବିଧାୟିକା ହେବା ପରେ ବରୀ ବ୍ଲକ ଅଧ୍ୟକ୍ଷା ପଦରୁ ସୁନନ୍ଦା ଦାସଙ୍କ ଇସ୍ତଫା

ବରୀ,୨୮ା୫(ସ୍ବ.ପ୍ର.)- ବରୀ ବିଧାୟିକା ଭାବେ ନିର୍ବାଚିତ ହେବା ପରେ ସୁନନ୍ଦା ଦାସ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା ପଦବୀରୁ ଇସ୍ତଫା ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ବୁଧବାର ସୁନନ୍ଦା ବିଧାୟିକା ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର ସୁଦ୍ଧା ପ୍ରସ୍ତୁତି ପର୍ବ ଶେଷ ହୋଇଛି। ୨୦୧୭ ପଞ୍ଚାୟତ ନିର୍ବାଚନରେ ଅଙ୍ଗାଳ ସମିତି ସଭ୍ୟା ହୋଇ ବରୀ ବ୍ଲକ ଅଧ୍ୟକ୍ଷାଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସୁନନ୍ଦାଙ୍କ ରାଜନୀତି ଗତିପଥ ବଦଳିଯାଇଛି। ବିଜେଡିରୁ ଟିକେଟ ପାଇ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି। ବୁଧବାର ଶପଥ ଗ୍ରହଣ ଉତ୍ସବକୁ ନେଇ ବିଜେଡି ଶିବିର ଉତ୍ସବମୁଖର ହୋଇଉଠିଛି। ସୁନନ୍ଦା ଦାସ ଅଧ୍ୟକ୍ଷା ପଦବୀରୁ ଇସ୍ତଫା ପରେ ବରୀ ବ୍ଲକ ପ୍ରଶାସନ ଅଙ୍ଗାଳ ସମିତି ସଭ୍ୟ ଓ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ପୁନର୍ବାର ନିର୍ବାଚନ କରିବାକୁ ପ୍ରସ୍ତୁତ ହେଉଥିବା ଜଣାପଡିଛି। ବରୀରେ ବ୍ଲକ ଅଧ୍ୟକ୍ଷ ପଦ ଖାଲି ପଡିଥିବାବେଳେ ଏହାକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଯାଇଛି। ରାଜନୀତି ଗୋଟି ଚାଳନାରେ ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ ବେଶ୍‌ ପାରଙ୍ଗମ ବୋଲି କୁହାଯାଉଛି। ଦେବେନ୍ଦ୍ରଙ୍କ ଗୋଟି ଚାଳନାରେ ବିଜେଡି ହାତରେ ଅଧ୍ୟକ୍ଷ ପଦ ରହିଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri