ବିନା ଅନୁମତିରେ ଦୋକାନ ଖୋଲି ତଣ୍ଡ ଗଣିଲେ: ୫୦ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କରୋନା ସଂକ୍ରମଣରୁ ସହରକୁ ମୁକ୍ତ କରିବା ଲକ୍ଷ୍ୟରେ କଟକଣା ବଳବତ୍ତର ରଖିଛି। କେନ୍ଦ୍ର ସରକାର ଶନିବାର ସର୍ତ୍ତମୂଳକ ଭାବେ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ଭୁବନେଶ୍ୱରର କେତେଜଣ ଦୋକାନୀ ବିଏମ୍‌ସିର ବିନା ଅନୁମତିରେ ଦୋକାନ ଖୋଲିଥିଲେ। ଫଳରେ ସେମାନଙ୍କ ଦୋକାନ ଉପରେ ବିଏମସି ପକ୍ଷରୁ ଚଢାଉ କରାଯାଇ ଜରିମାନା ଆଦାୟ କରାଯାଇଛି। ବିଏମ୍‌ସି ପକ୍ଷରୁ ଯେ ପର୍ଯ୍ୟନ୍ତ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇନାହିଁ ସେ ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡି କୌଣସି ଦୋକାନ ଖୋଲିବ ନାହିଁ ବୋଲି ବିଏମସି ଡେପୁଟି କମିଶନର ଶୁଭେନ୍ଦୁ ସାହୁ କହିଛନ୍ତି। କେବଳ ନିର୍ମାଣ ସାମଗ୍ରୀ ଦୋକାନ ଖୋଲା ରହିବ ସହ ବିକ୍ରି କରାଯିବ। ସମ୍ପୃକ୍ତ ଦୋକାନୀମାନେ ରାତିରେ ଯାନବାହାନ ଯୋଗେ ସ୍ଥାନାନ୍ତର କରିପାରିବେ ବୋଲି ଡେପୁଟି କମିଶନର ସାହୁ କହିଛନ୍ତି।
ରବିବାର ଭୁବନେଶ୍ୱରରେ ବିଭିନ୍ନ ଅଞ୍ଚଳରେ ବ୍ୟବସାୟୀ ଦୋକାନ ଖୋଲି ବ୍ୟବସାୟ କରୁଥିବା ନଜରକୁ ଆସିଥିଲା। ଦୋକାନ ବନ୍ଦ ରଖିବାକୁ ବିଏମ୍‌ସି ଦ୍ୱାରା ସ୍ବତନ୍ତ୍ର ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଦିଆଯାଇଥିବା ନିର୍ଦ୍ଦେଶନାମାକୁ ଦେଖାଇ ଦୋକାନ ଖୋଲିଥିଲେ। ରାଜ୍ୟ ସରକାର ବିଏମ୍‌ସି କମିଶନରଙ୍କୁ ଭୁବନେଶ୍ୱରରେ କ’ଣ ଖୋଲାଯିବ ଓ ନ ଖୋଲିବ ତା’ର ବିଚାର କରିବାକୁ ଦାୟିତ୍ୱ ଦେଇଥିଲେ। ହେଲେ ବିଏମ୍‌ସି ନିର୍ଦ୍ଦେଶକୁ ୩ ଜୋନର ମିଠା, ଗ୍ୟାରେଜ ଓ ଛୋଟ ଛୋଟ ଦୋକାନୀମାନେ ଅମାନ୍ୟ କରି ଦୋକାନ ଖୋଲିଥିବାରୁ ସେମାନଙ୍କଠାରୁ ସୋମବାର ୫୦ହଜାରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ ସହ ନୂଆ ନିର୍ଦ୍ଦେଶନାମା ନ ଆସିବା ଯାଏ ଦୋକାନ ବନ୍ଦ ରଖିବାକୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri