ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ ହକ ଏବଂ ଜଙ୍ଗଲ ଜମିପଟ୍ଟା ଦାବିରେ ଶୁକ୍ରବାର ଥୁଆମୁଳ ରାମପୁର ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। କୁର୍କୁଟି ମୌଜାରେ ଥିବା ପ୍ରାୟ ୪୨ ଏକର ଜମିକୁ ବିନା ଗ୍ରାମସଭାରେ ‘ଇଡକୋ’ କମ୍ପାନୀକୁ ହସ୍ତାନ୍ତର କରାଯିବା ନେଇ ହେଉଥିବା ଚକ୍ରାନ୍ତକୁ ଗ୍ରାମବାସୀ ଓ ଆନ୍ଦୋଳନକାରୀ କମିଟି କଡ଼ା ସମାଲୋଚନା କରିଛନ୍ତି। କୁର୍କୁଟି ମୌଜାର ଖାତା ନଂ ୨୨ ଓ ପ୍ଲଟ ନଂ ୧୯/୨୮ ଅଧୀନରେ ଥିବା ଏହି ଜଙ୍ଗଲ ଜମିକୁ ଗ୍ରାମବାସୀ ୧୯୯୧ ମସିହା ପୂର୍ବରୁ ଚାଷ କାର୍ଯ୍ୟ ପାଇଁ ବ୍ୟବହାର କରିଆସୁଛନ୍ତି। ମାତ୍ର ପ୍ରଶାସନ ପକ୍ଷରୁ ଏହି ଜମିକୁ ଶିଳ୍ପ ସଂସ୍ଥାକୁ ଟେକିଦେବା ପାଇଁ ହେଉଥିବା ପ୍ରୟାସକୁ ଗ୍ରାମବାସୀ ବେଆଇନ ବୋଲି ଦର୍ଶାଇଛନ୍ତି।

ସମ୍ବିଧାନର ପଞ୍ଚମ ଅନୁସୂଚୀ, ପେସା (PESA) ଆଇନ ଏବଂ FRA ଅନୁଯାୟୀ, ଗ୍ରାମସଭାର ସହମତି ବିନା ଆଦିବାସୀ ଅଞ୍ଚଳରେ ଜମି ହସ୍ତାନ୍ତର କରାଯାଇପାରିବ ନାହିଁ। ଏହା ଓଡ଼ିଶା ଜମି ସଂସ୍କାର ଆଇନର ସମ୍ପୂର୍ଣ୍ଣ ଉଲ୍ଲଂଘନ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି।
ଏହି ଅବସରରେ ଖଣ୍ଡୁଆଳ ମାଳି ଜନ ଆନ୍ଦୋଳନ କମିଟିର ସମ୍ପାଦକ ବ୍ରିଟିଶ କୁମାର ଏବଂ ଖଣ୍ଡୁଆଳ ମାଳି ସ୍ଥାୟୀ ସୁରକ୍ଷା ସମିତିର ସଭାପତି କାର୍ତ୍ତିକ ମାଝୀ ପ୍ରମୁଖ ଉପସ୍ଥିତ ରହି ପ୍ରଶାସନିକ ଅବହେଳା ବିରୋଧରେ ଗର୍ଜିଥିଲେ। ସେମାନେ କହିଛନ୍ତି ଯେ, ଭୂମିହୀନ ଆଦିବାସୀଙ୍କୁ ଜମିପଟ୍ଟା ଦେବା ପରିବର୍ତ୍ତେ କମ୍ପାନୀକୁ ଜମି ଦେବା ଏକ ଗଣତନ୍ତ୍ର ବିରୋଧୀ ପଦକ୍ଷେପ। ଏହି ଦାବିପତ୍ର ପ୍ରଦାନ ସମୟରେ ରାମ କୃଷ୍ଣ ମାଝୀ, ସୁରଜ ମାଝୀ, ଲିମୁ ମାଝୀ, ବେଲ ମାଝୀଙ୍କ ସମେତ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ ସାମିଲ ହୋଇ ପ୍ରଶାସନ ନିକଟରେ ନିଜର ଦାବି ଉପସ୍ଥାପନ କରିଥିଲେ। ଗ୍ରାମବାସୀମାନେ ଏହି ଜମିରେ ଧାନ ଓ ମାଣ୍ଡିଆ ଚାଷ କରି ନିଜର ଗୁଜରାଣ ମେଣ୍ଟାଇବାକୁ ଚାହୁଁଥିବା ବେଳେ, ତୁରନ୍ତ ତଦନ୍ତ କରି ଜଙ୍ଗଲ ଜମିପଟ୍ଟା ପ୍ରଦାନ ନକଲେ ଆଗାମୀ ଦିନରେ ଜନ ଆନ୍ଦୋଳନ ଆହୁରି ବ୍ୟାପକ ହେବ ବୋଲି ଚେତାବନୀ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri