ବିନା ଟେଣ୍ଡରରେ କାମ ହାତେଇଛି ଦିଲୀପ କନ୍‌ଷ୍ଟ୍ରକଶନ

ପୁରୀ ଅଫିସ, ୩୦ା୧: ଗତ ୨୪ତାରିଖରେ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଛାତ ଭୁଶୁଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସମ୍ପୃକ୍ତ ଠିକା ସଂସ୍ଥା ଦିଲୀପ କନ୍‌ଷ୍ଟ୍ରକଶନର ମୁଖ୍ୟ ଦିଲୀପ ଖଟେଇଙ୍କ ସମେତ ୪ଜଣଙ୍କୁ ଗିରଫ କରାଯାଇଥିଲା। ତେବେ ପୁରୀରେ ଏହି ସଂସ୍ଥା କେତେକ କୋଠା ନିର୍ମାଣ କରିଥିବାବେଳେ ଅନେକ ନିର୍ମାଣ ଜାରି ରଖିଛି। ଏହି ସଂସ୍ଥାକୁ ବିନା ଟେଣ୍ଡରରେ କୋଟି କୋଟି ଟଙ୍କାର କାମ ଦିଆଯାଇଥିବା ଅଭିଯୋଗ କରି ଶ୍ରୀଜଗନ୍ନାଥ ସେନା ବୁଧବାର ସିଂହଦ୍ୱାର ଥାନାରେ ଏତଲା ଦେଇଛି।
ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କ ନେତୃତ୍ୱରେ ଦିଆଯାଇଥିବା ଏହି ଏତଲାରେ ଦର୍ଶାଯାଇଛି ଯେ, ଦିଲୀପ କନଷ୍ଟ୍ରକଶନ୍‌କୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ କୋଟି କୋଟି ଟଙ୍କାର କାମ ବିନା ଟେଣ୍ଡରରେ ଦିଆଯାଇଛି। ସେହିପରି ଉକ୍ତ କନଷ୍ଟ୍ରକସନ କମ୍ପାନୀ ଶ୍ରୀମନ୍ଦିର ଜଗମୋହନ, ଟାଉନ ଥାନା ନିକଟ ନୀଳାଦ୍ରି ଭକ୍ତନିବାସ, ସିଂହଦ୍ୱାର ସମ୍ମୁଖ ନୂତନ ଶେଡ୍‌ ତିଆରି କରିଛି। ନରେନ୍ଦ୍ରକୋଣସ୍ଥିତ ହବିଷିଆଳି କେନ୍ଦ୍ର, ପୁରୁଣା ଜେଲ୍‌ ପରିସରରେ ଭକ୍ତନିବାସ ଆଦି କେତେକ ନିର୍ମାଣ କାମ ଚାଲିଛି। ଉକ୍ତ ଠିକା ସଂସ୍ଥା ବିନା ଟେଣ୍ଡରରେ ଏହିସବୁ କାମ ନେଇଥିବା ସେନା ଅଭିଯୋଗ କରିଛି। ଏଥିସହ ପୁରୀର ବିକାଶ ପାଇଁ ଆସିଥିବା ଶହ ଶହ କୋଟି ଟଙ୍କାର କାମ ମଧ୍ୟ ଏହି ସଂସ୍ଥାକୁ ଦିଆଯାଇଥିବା ପଟ୍ଟନାୟକ କହିଛନ୍ତି। ଏସବୁ କାମର ମାନ ଓ ସ୍ଥାୟିତ୍ୱ ପାଇଁ କିଏ ଦାୟୀ ରହିବ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହି କାମର ମାନ ଯାଞ୍ଚ ସହ କୋଟି କୋଟି ଟଙ୍କାର ସରକାରୀ କାମ କିପରି ଉକ୍ତ ଠିକା ସଂସ୍ଥାକୁ ଦିଆଯାଇଛି ତାହାର ବିଧିବଦ୍ଧ ତଦନ୍ତ କରାଯାଉ। ଏଥିରେ ଯେଉଁମାନେ ସମ୍ପୃକ୍ତ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇ ମାମଲା ରୁଜୁ ହେଉ। ନଚେତ୍‌ ଆନ୍ଦୋଳନ କରାଯିବା ସହ କୋର୍ଟର ଆଶ୍ରୟ ନିଆଯିବ ବୋଲି ପଟ୍ଟନାୟକ କହିଛନ୍ତି। ଏହି ଅଭିଯୋଗ ସଂକ୍ରାନ୍ତରେ ଠିକାସଂସ୍ଥା ଦିଲୀପ କନ୍‌ଷ୍ଟ୍ରକଶନ୍‌ର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri