ବିନା ଟୋକନରେ ହେଲା ଧାନକିଣା

ସମ୍ବଲପୁର(ବ୍ୟୁରୋ)/ବରଗଡ଼ ଅଫିସ,୨୨-୧୧:ବରଗଡ଼ ଓ ସମ୍ବଲପୁର ଜିଲାରେ ଚାଷୀ ଆନ୍ଦୋଳନ ପରେ ବଦଳିଛି ନିୟମ। ସମ୍ବଲପୁରରେ ବିନା ଟୋକନରେ ଆରମ୍ଭ ହୋଇଛି ଧାନ କିଣା। ବରଗଡ଼ରେ ବି ଖୋଦ୍‌ ଜିଲାପାଳ ଏ ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଗୁରୁବାର ଅପରାହ୍ନରେ ସମ୍ବଲପୁରରେ ଚଳିତ ବର୍ଷର ପ୍ରଥମ ଧାନ ସଂଗ୍ରହ ଆରମ୍ଭ ହୋଇଛି।
ସମ୍ବଲପୁରର ଚାଷୀମାନେ ୪ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ କରିଥିଲେ। ଧାନ କିଣାକୁ ନେଇ ରାଜ୍ୟ ସରକାର ଆରମ୍ଭ କରିଥିବା ଟୋକନ ବ୍ୟବସ୍ଥାକୁ ସେମାନେ ଉଚ୍ଛେଦ କରିବାକୁ ଦାବି କରିଥିଲେ। ଶେଷରେ ସମାଧାନ ବାଟ ଫିିଟିଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ସରକାରଙ୍କ ଉପ ମୁଖ୍ୟସଚେତକ ବିଧାୟକ ରୋହିତ ପୂଜାରୀ ଚାଷୀଙ୍କ ସହ ଏ ନେଇ ତୁହାକୁ ତୁହା ଆଲୋଚନା କରିଥିଲେ। ଚାଷୀମାନଙ୍କ ସମସ୍ତ ଦାବି ପୂରଣ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ହେଲେ ଚାଷୀମାନେ ବିନା ଟୋକନରେ ଧାନ ବିକିଲା ପରେ ଯାଇ ରାସ୍ତା ଅବରୋଧ ହଟିବ ବୋଲି ଜିଦ୍‌ ଧରିଥିଲେ। ପରେ ବରେଇପାଲି ମାର୍କେଟରେ ୭ ଜଣ ଚାଷୀଙ୍କ ୧୫୦୪ ପକେଟ ଧାନ ଯୋଗାଣ ବିଭାଗ ପକ୍ଷରୁ କିଣା ଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ ଚାଷୀଙ୍କ ପାଖରେ ଟୋକନ ନ ଥିଲା। ତୁରନ୍ତ ସେମାନଙ୍କୁ ଟୋକନ ଦିଆଯାଇଥିଲା। ପରେ ଚାଷୀମାନେ ରାସ୍ତା ଅବରୋଧର ହଟିଥିଲା।
ସେହିପରି ପୂର୍ବାହ୍ନ ପ୍ରାୟ ସାଢ଼େ ୮ଟାରୁ ବରଗଡ଼ ଜିଲାର ଚାଷୀମାନେ ଅତାବିରା ବ୍ଲକ ଅନ୍ତର୍ଗତ ଗୋଡ଼ଭଗା ସମଲେଶ୍ୱରୀ ମନ୍ଦିର ସମ୍ମୁଖ ୫୩ ନମ୍ବର ଜାତୀୟ ରାଜପଥକୁ ଧାନବସ୍ତା ରଖି ଅବରୋଧ କରିଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ବହୁସଂଖ୍ୟକ ଯାନବାହନ ଅଟକି  ରହିଥିବାବେଳେ ବରଗଡ଼-ସମ୍ବଲପୁର ରାସ୍ତାରେ ଯାତାୟାତ ବନ୍ଦ ହୋଇଯାଇଥିଲା।
ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ପ୍ରମୁଖ ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ବିନା ଟୋକନରେ ମଣ୍ଡିକୁ ଯେତେ ପରିମାଣରେ ଧାନ ଆସିଲେ ମଧ୍ୟ ତାକୁ କିଣାଯିବ ବୋଲି ଜିଲାପାଳ ପ୍ରଧାନ କହିଥିଲେ। ହେଲେ ଟୋକନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଉଚ୍ଛେଦ ନେଇ ଲିଖିତ ପ୍ରତିଶ୍ରୁତି ଦେବାକୁ ଚାଷୀମାନେ ଅଡ଼ି ବସିଥିଲେ। ପରେ ମନ୍ତ୍ରୀ ସିଂ, ଜିଲା ଯୋଜନା କମିଟି ଅଧ୍ୟକ୍ଷ ଆଚାର୍ଯ୍ୟ, ଜିଲାପାଳ ପ୍ରଧାନ ସେଠାକୁ ପହଞ୍ଚି ପୁଣି ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ବିନା ଟୋକନରେ ଧାନ କିଣାବିକା ହେବ ଏବଂ ମଣ୍ଡିରେ ପଡ଼ିଥିବା ଧାନକୁ ଅଗ୍ରାଧିକାର ଭିତ୍ତିରେ କିଣାଯିବ ବୋଲି ସେମାନେ ମୌଖିକ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ରାଜପଥ ଉପରେ ପଡ଼ିଥିବା ଧାନ ଉଠାଣ ହେବ ବୋଲି ସେମାନେ କହିଥିଲେ। ଏହାପରେ ଆନ୍ଦୋଳନରତ ଚାଷୀମାନେ ରାତି ପ୍ରାୟ ସାଢ଼େ ୭ଟାରେ ଆନ୍ଦୋଳନରୁ ଓହରିଥିଲେ ଏବଂ ରାଜପଥ ଉପରେ ପଡ଼ିଥିବା ଧାନ ଉଠାଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri