Posted inଖେଳ

ବିନା ଦର୍ଶକରେ ଚାମ୍ପିୟନ୍ସ ଲିଗ୍‌ ମ୍ୟାଚ୍‌ ଖେଳିବ ବାର୍ସିଲୋନା

ମାଡ୍ରିଡ୍‌,୧୦।୩- ଆସନ୍ତା ୧୮ ତାରିଖରେ ବାର୍ସିଲୋନା କ୍ଲବ ତା’ର ଚାମ୍ପିୟନ୍ସ ଲିଗ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ନାପୋଲିକୁ ଭେଟିବ। ଏହି ମ୍ୟାଚ୍‌ ବନ୍ଦ ଇନ୍‌ଡୋର ଷ୍ଟାଡିୟମରେ ଖେଳାଯିବ। ଏ ନେଇ ଉଭୟ କ୍ଲବ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ସେହି ଦିନ ଆହୁରି ଦୁଇ ଚାମ୍ପିୟନ୍ସ ଲିଗ୍‌ ମ୍ୟାଚ୍‌ ଖେଳାଯିବାର ଅଛି। ସ୍ପେନରେ ଭାଲେନ୍ସିଆ ଓ ଆଟଲାଣ୍ଟ ଏବଂ ପିଏସ୍‌ଜି-ଆଟଲେଟିକୋ ମାଡ୍ରିଡ୍‌ ମ୍ୟାଚ୍‌ ଖେଳାଯିବ। ଉଭୟ ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯିବ ବୋଲି ପୂର୍ବରୁ ଘୋଷଣା କରାଯାଇସାରିଛି। ଫ୍ରାନ୍ସରେ କରୋନା ଭାଇରସ ଆକ୍ରନ୍ତଙ୍କ ସଂଖ୍ୟା ୧୪୧୨ ଛୁଇଁଥିବାବେଳେ ୨୫ଜଣଙ୍କ ମୃତ୍ୟୁ ହୋଇସାରିଛି। ଏଣୁ ଫ୍ରେଞ୍ଚ ସରକାର କୌଣସି ସ୍ଥାନରେ ଏକ ହଜାର ଲୋକ ଏକତ୍ରିତ ନ ହେବାକୁ ବାରଣ କରିଛନ୍ତି। ଅନ୍ୟପକ୍ଷରେ ସ୍ପାନିଶ କ୍ଲବ ଭାଲେନ୍ସିଆ ଓ ଆଟଲାଣ୍ଟା ମ୍ୟାଚ୍‌ରେ ବିଶେଷ ଆଶଙ୍କା ରହିଥିବାରୁ ଖାଲି ଷ୍ଟାଡିୟମରେ ଆୟୋଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କାରଣ ଆଟଲାଣ୍ଟା ଦଳ ଇଟାଲି ସୁବୁଠୁ ପ୍ରଭାବିତ ହୋଇଥିବା ଅଞ୍ଚଳ ଲମ୍ବାର୍ଡିରୁ ଆସିବ। ଇଟାଲିରେ କରୋନା ଭାଇରସର ସ୍ଥିତି ସାଙ୍ଘାତିକ। ଏହି ଭାଇରସ ଯୋଗୁ ସେଠାରେ ୪୬୩ ଜଣଙ୍କ ମୃତ୍ୟୁ ହୋଇସାରିଛି। ସରକାର ଦେଶର ଫୁଟବଲ ଲିଗ୍‌ ସିରି ଏ’ର ମ୍ୟାଚ୍‌କୁଡ଼ିକୁ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ବାତିଲ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri