ବିନା ପଞ୍ଜିକୃତ ସଫେଇ ଗାଡ଼ିରୁ ଜରିମାନା ଆଦାୟ

ପୁରୀ ଅଫିସ,୧୨ା୧: ବିନା ପଞ୍ଜୀକରଣରେ ଅଳିଆ ନେଉଥିବା ଏକ ସଫେଇ ଗାଡ଼ିରୁ ପୁରୀ ପୌରସଂସ୍ଥା ଏନଫୋର୍ସମେଣ୍ଟ ସ୍କ୍ବାଡ ଜରିମାନା ଆଦାୟ କରିଛି। ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ପୂର୍ବରୁ ଏକାଧିକ ଗାଡ଼ି ଅଳିଆ ଆଣି ବିଭିନ୍ନ ସ୍ଥାନରେ ପକାଉଥିଲେ। ତେଣୁ ଏଥିରେ ଅଙ୍କୁଶ ଆଣିବା ଲାଗି ଯେଉଁ ଗାଡ଼ି ପୌରସଂସ୍ଥା ନିକଟରେ ପଞ୍ଜୀକରଣ କରିଥିବ ସେହି ଗାଡ଼ି ହିଁ କେବଳ ଅଳିଆ ଆଣି ତାକୁ ନିର୍ଦ୍ଦିଷ୍ଟ ସ୍ଥାନରେ ପକାଇପାରିବ ବୋଲି ନିୟମ ହୋଇଥିଲା। କେବଳ ପୌରସଂସ୍ଥାର ୪ଟି ଗାଡ଼ି ଏଥିପାଇଁ ପଞ୍ଜୀକୃତ କରି ଲୋକଙ୍କ ଘରୁ ଅଳିଆ ଆଣୁଥିଲା। କୌଣସି ଘରୋଇ ଗାଡ଼ି ଏଥିନିମନ୍ତେ ପୌରସଂସ୍ଥା ନିକଟରେ ଏ ପର୍ଯ୍ୟନ୍ତ ପଞ୍ଜୀକରଣ କରି ନ ଥିବାବେଳେ ଶନିବାର ଗୋଟିଏ ଗାଡ଼ି ଅଳିଆ ପରିବହନ କରୁଥିବା ଏନଫୋର୍ସମେଣ୍ଟ ସ୍କ୍ବାଡ ଦେଖିଥିଲେ। ସମ୍ପୃକ୍ତ ଗାଡ଼ିକୁ ଧରି ୨,୫୦୦ ଟଙ୍କା ଜରିମାନା ଆଦାୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri