ବିନା ମାସ୍କରେ ଘରୁ ବାହାରିଲେ ଜରିମାନା

ଖୋର୍ଦ୍ଧା ଅଫିସ,୯ା୪: ଅତି ଜରୁରୀ ନ ଥିଲେ ଘରୁ ବାହରକୁ ବାହରନ୍ତୁ ନାହିଁ। ଔଷଧ କିଣିବା, ଚିକିତ୍ସାଳୟ ବାହାନାରେ ଏଣିକି ବାଇକ ଧରି ବୁଲିଲେ, କଠୋର ପଦକ୍ଷେପ ଗ୍ରହଣ କରାଯିବ। ଜରରୁୀ କାମରେ ବାହାରିଲେ, ମାସ୍କ, ରୁମାଲ ଗୁଡାଇ ବାହାରନ୍ତୁ। ପନିପରିବା ହାଟ ହେଉ କି ଗ୍ରସେରି ଦୋକାନରେ ସାମାଜିକ ଦୂରତା ରକ୍ଷା କରି କିଣାବିକା କରନ୍ତୁ ବୋଲି ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ କହିଛନ୍ତି। ବିନା ମାସ୍କରେ ଆସିଲେ, ଜରିମାନା ଆଦାୟ କରାଯିବ ବୋଲି ଉପଜିଲାପାଳ ଶାନ୍ତନୁ ମହାନ୍ତି କହିଛନ୍ତି। ବାରମ୍ବାର ଅନୁରୋଧ ସତ୍ତ୍ୱେ ଜନସାଧାରଣ ବିଭିନ୍ନ ବାହାନା ଦେଖାଇ ବାହାରେ ବୁଲୁଛନ୍ତି। ଏଣିକି ବିନା କାରଣରେ ବାଇକରେ ଆସିଲେ ଏବଂ ଯାତାୟାତ ଲାଗି ପାସ୍‌ ନ ଥିଲେ, ବାଇକ ଜବତ କରାଯିବ ବୋଲି ଉପଜିଲାପାଳ ପ୍ରକାଶ କରିଛନ୍ତି। ବୁଧବାର ନୂଆବସଷ୍ଟାଣ୍ଡ, ଏସ୍‌ବିଆଇ ଛକ, ମାରୱାଡି ଛକ, ଚଣ୍ଡିଚୁଆ ଓ ଟିଏଲ୍‌ସି ଛକରେ ପ୍ରଶାସନ ପକ୍ଷରୁ ଉପଜିଲାପାଳ ଶାନ୍ତନୁ ମହାନ୍ତି, ତହସିଲଦାର ଶୁଭେନ୍ଦୁ ସାମଲ, ଖୋର୍ଦ୍ଧା ଆଦର୍ଶ ଥାନାଧିକାରୀ ଉମାଶଙ୍କର ସିଂ ପ୍ରମୁଖ ବାଇକ ଧରି ଯାତାୟତ କରୁଥିବା ଲୋକଙ୍କୁ କଡା ତାଗିଦ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri