ବିନା ଲକ୍‌ଡାଉନ୍‌ରେ ବି କରୋନାକୁ ପରାସ୍ତ କରିଛି ଭିଏତ୍‌ନାମ୍‌: କୌଣସି ସଂକ୍ରମିତଙ୍କ ହୋଇନି ମୃତ୍ୟୁ

ହନୋଇ,୨୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ଦେଶରେ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଆମେରିକାରେ ମୃତକଙ୍କ ସଂଖ୍ୟା ୫୧ ହଜାର ଟପିଛି। ସେହିପରି ଅନ୍ୟ ଦେଶଗୁଡ଼ିକରେ ମଧ୍ୟ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଭିଏତ୍‌ନାମ୍‌ ବିନା ଲକ୍‌ଡାଉନ୍‌ରେ କରୋନାକୁ ପରାସ୍ତ କରିବାରେ ସକ୍ଷମ ହୋଇଛି। ଏଠାରେ ବର୍ତ୍ତମାନ ସୁଦ୍ଧା ୨୬୮ ଜଣଙ୍କ କରୋନା ସଂମ୍ରିତଙ୍କୁ ଚିହ୍ନଟ କରାଯାଇଛି। ତେବେ କୌଣସି ସଂକ୍ରମିତଙ୍କ ମୃତ୍ୟୁ ଏଠାରେ ଘଟି ନାହିଁ। ଭିଏତ୍‌ନାମ୍‌ର ସୀମା ଚାଇନା ସହିତ ଲାଗିଛି। ଏହାର ଜନସଂଖ୍ୟା ୯ କୋଟି ୭୦ ଲକ୍ଷ। ଜାନୁୟାରୀର ଶେଷ ଆଡ଼କୁ ଭିଏତନାମ୍‌ରେ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇଥିଲା। ଏହାପରେ ସରକାରଙ୍କ ପକ୍ଷରୁ ଦେଶର ସମସ୍ତ ସୀମାକୁ ସିଲ୍‌ କରାଯାଇଥିଲା। ବିଦେଶରୁ ଆସୁଥିବା ସମସ୍ତା ଯାତ୍ରୀଙ୍କ ସ୍କ୍ରିନ୍‌ିଂ କରାଯାଇ ସେମାନଙ୍କୁ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରଖିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ମାର୍ଚ୍ଚ ପରେ ଦେଶରେ ସମସ୍ତ ବିଦେଶୀଙ୍କ ଆସିବା ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ସରକାରଙ୍କ ପକ୍ଷରୁ କଣ୍ଟାକ୍ଟ୍‌ ଟ୍ରେସିଂ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଦେଶରେ କମ୍‌ ଦାମର ଟେଷ୍ଟିଂ କିଟ୍‌ ପ୍ରସ୍ତୁତ ହେବାରୁ ଅଧିକରୁ ଅଧିକ ଲୋକଙ୍କ ପରୀକ୍ଷା ସହଜରେ ସମ୍ପନ୍ନ ହୋଇଥିବା କୁହାଯାଉଛି। ସଂକ୍ରମିତଙ୍କୁ ଆଇସୋଲେଶନ ରଖିବା ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇ ଘର ଘର ବୁଲି ସ୍କ୍ରିନିଂ ଆରମ୍ଭ ହୋଇଥିଲା। ଲୋକଙ୍କ ମଧ୍ୟରେ କରୋନା ନେଇ ସଚେତନତା ସୃଷ୍ଟି ଲାଗି ଛୋଟ ଛୋଟ ଭିଡ଼ିଓ ଜାତୀୟ ଟିଭିରେ ପ୍ରସାରଣ କରାଯିବା ସହିତ ଏସମ୍ପର୍କିତ ପୋଷ୍ଟରମାନ କାନ୍ଥବାଡ଼ରେ ଲଗାଯାଇଥିଲା। ଏହାର ସୁଫଳ ମିଳିଥିଲା। ଫଳରେ ଏଠାରେ କରୋନା ମହାମାରୀ ରୂପ ନେଇପାରି ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri