ବିନିକା ପ୍ରିମିୟର ଲିଗ୍‌ : ପାଓ୍ବାର ବ୍ଲାଷ୍ଟର ଚାମ୍ପିୟନ

ବିନିକା, ୧୭ା୫(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକାରେ ଚାଲିଥିବା ଦ୍ୱିତୀୟ ବିନିକା ପ୍ରିମିୟର ଲିଗ୍‌(ବିପିଏଲ)କ୍ରିକେଟ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ବିନିକା ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟରେ ଦୀର୍ଘ ଏକ ମାସ ଧରି ଖେଳା ଯାଇଥିବା ଏହି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚରେ ତ୍ରିରଙ୍ଗା ୟୁଥ କ୍ଲବକୁ ହରାଇ ପାଓ୍ବାର ବ୍ଲାଷ୍ଟର ଦଳ ଚାମ୍ପିୟନ ହୋଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ତ୍ରିରଙ୍ଗା ୟୁଥ କ୍ଲବ ନିର୍ଦ୍ଧାରିତ ୧୨ଓଭରରେ ୪ଉଇକେଟ ହରାଇ ୯୫ରନ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଜିତ ସର୍ବାଧିକ ୨୫ ଓ ଅଜୁ ୨୪ରନ ସଂଗ୍ରହ କରିଥିଲେ। ଜବାବରେ ପାଓ୍ବାର ବ୍ଲାଷ୍ଟର ଦଳ ୧ ଉଇକେଟ ବିନିମୟରେ ୧୧.୪ଓଭରରେ ୯୯ରନ ସଂଗ୍ରହ କରି ବିଜୟୀ ହୋଇଥିଲେ। ଏହି ଉପଲକ୍ଷେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ବିନିକା ବ୍ଲକ ଅଧ୍ୟକ୍ଷ ଅଶୋକ ନନ୍ଦ ଯୋଗଦେଇଥିଲେ। ସମ୍ମାନୀତ ଅତିଥିଭାବେ ଯୁବଦ୍ୟୋଗୀ ପ୍ରଶାନ୍ତ କୁମାର ବାବୁ, ବିନିକା ଥାନା ଅଧିକାର ରାଜେନ୍ଦ୍ର ସାମରିଆ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦୁଃଖିରାମ ନାୟକ, ଜିଲା ପରିଷଦ ସଦସ୍ୟ ସୁଶାନ୍ତ ପଣ୍ଡା, ଶଙ୍କରା ପ୍ୟାକ୍ସ ସମ୍ପାଦକ ଧର୍ମରାଜ ପଣ୍ଡା, ବିଡିସିସି ବ୍ୟାଙ୍କ ନିର୍ଦ୍ଦେଶକ ତପସ୍ବିନୀ ମେହେର ପ୍ରମୁଖ ଉପସ୍ଥିତ ଥିଲେ। ଚାମ୍ପିୟନ ଦଳକୁ ଟ୍ରଫି ସହ ୧୫ହଜାର ଟଙ୍କା ଓ ରନର୍ସ ଅଫ ଦଳକୁ ଟ୍ରଫି ସହ ୧୦ହଜାର ଟଙ୍କା ଅତିଥିମାନେ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri