ବିପଜ୍ଜନକ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ

ପାଲଲହଡ଼ା, ୨୩ା୨(ଡି.ଏନ.ଏ.) – ବାରମ୍ବାର ଦୁର୍ଘଟଣା ସତ୍ତ୍ୱେ ବିପଦଜନକ ଅବସ୍ଥାରେ ଚାଲିଛି ସ୍କୁଲ ପିଲା ପରିବହନ। ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ମଧ୍ୟ ଏପରି ଦେଖିବାକୁ ମିଳିଛି। ବିଭିନ୍ନ ଘରୋଇ ବିଦ୍ୟାଳୟକୁ ଅଟୋ ଏବଂ ଅନ୍ୟାନ୍ୟ ଗାଡ଼ିଗୁଡିକରେ କ୍ଷମତା ଠାରୁ ଅଧିକ ସଂଖ୍ୟାରେ ପିଲାମାନଙ୍କୁ ପରିବହନ କରି ଅଣାଯାଉଛି। ସମ୍ପୃକ୍ତ ବିଦ୍ୟାଳୟଗୁଡିକର ନିଜର କୌଣସି ପରିବହନ ବ୍ୟବସ୍ଥା ନ ଥିବାରୁ ବାଧ୍ୟ ହୋଇ ଛାତ୍ରୀଛାତ୍ରମାନେ ଏପରି ସ୍କୁଲ ଯାଉଥିବା ଅଭିଭାବକମାନେ ପ୍ରକାଶ କରିଛନ୍ତି। ଏଥିଯୋଗୁ ଅନେକ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିଲେ ମଧ୍ୟ ଅଭିଭାବକଙ୍କ ସମେତ ବିଦ୍ୟାଳୟ କର୍ତ୍ତୃପକ୍ଷ, ପ୍ରଶାସନ କିମ୍ବା ପରିବହନ ବିଭାଗ ଚେତୁ ନାହିଁ। ଏପରିକି ଗୋଟିଏ ଅଟୋରେ ୮ରୁ ୯ ଜଣ ଛାତ୍ରୀଛାତ୍ର ବସି ସ୍କୁଲ ଯାଉଥିବାରୁ ଯେ କୌଣସି ସମୟରେ ଦୁର୍ଘଟଣାର ଆଶଙ୍କା ରହିଛି। ଏ ଦିଗରେ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବାକୁ ଦାବି ହୋଇଛି। ଏ ସମ୍ପର୍କରେ ତାଳଚେର ପରିବହନ ଅଧିକାରୀ ସମରେନ୍ଦ୍ର ପଟ୍ଟନାୟକଙ୍କୁ ପଚାରିବାରେ ସେ ଏକ ବୈଠକରେ ବ୍ୟସ୍ତ ଅଛନ୍ତି, ମତାମତ ଦେଇପାରିବେ ନାହିଁ ବୋଲି କହିଥିଲେ। ପାଲଲହଡା ଥାନା ଅଧିକାରୀ କିଶୋର କୁମାର ସାମଲ କହିଛନ୍ତି, ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି। ବିପଦଜନକ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ କରାଯାଉଥିଲେ ସମ୍ପୃକ୍ତ ଗାଡି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ...

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା...

ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ...

ରାଜନୈତିକ ସମୀକରଣ ଦେଖି ରଣନୀତି

ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା...

ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା

ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ...

ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ...

ଅନୁଗୋଳ ଜିଲାରେ ୧୬୫ ବୁଥ୍‌ ସମ୍ବେଦନଶୀଳ

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମହମ୍ମଦ ଅବଦଲ ଅଖତାର ରବିବାର...

ଅନୁଗୋଳରେ ବିଗୁଡୁଛି ଆଇନଶୃଙ୍ଖଳା ସ୍ଥିତି

ଅନୁଗୋଳ, ୧୩।୩ (ଅମିତ କୁମାର ସାମଲ): ଅନୁଗୋଳ ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେବାରେ ଅହେତୁକ ବିଳମ୍ବ ହେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri