ବିପତ୍ତି ବେଳେ ବିକୃତ ମାନସିକତା: ୧୦୪ ନଂକୁ ଆସୁଛି ଫେକ୍‌ କଲ୍‌, ମହିଳା କର୍ମଚାରୀଙ୍କୁ କରୁଛନ୍ତି ଅଶାଳୀନ ବ୍ୟବହାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୋଟିଏ ପଟେ କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଆକ୍ରାନ୍ତଙ୍କୁ ଶୀଘ୍ର ଚିହ୍ନଟ କରାଯିବା ଫଳରେ ରୋଗକୁ ସଠିକ୍‌ ଭାବେ ମୁକାବିଲା କରାଯିବା ହୃଦୟଙ୍ଗମ କରି ୧୦୪ ହେଲ୍‌ପଲାଇନ୍‌ ନଂକୁ କାର୍ଯ୍ୟକ୍ଷମ କରାଯାଇଛି। ହେଲେ ଅନେକ ଅସାମାଜିକ ବ୍ୟକ୍ତି ଏହି ନଂରେ ଫୋନ୍‌ କରି ବଦମାସୀ କରୁଛନ୍ତି। ବିଶେଷକରି ଏହି ସରକାରୀ କଲ୍‌ସେଣ୍ଟରରେ କାମ କରୁଥିବା ମହିଳା କର୍ମଚାରୀଙ୍କୁ ଅଶାଳୀନ କଥା କହୁଛନ୍ତି। ଏଣୁ ସେମାନଙ୍କୁ ଠାବ କରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେଠାରେ କାମ କରୁଥିବା କର୍ମଚାରୀ ଦାବି କରିଛନ୍ତି।

ବର୍ତ୍ତମାନ ସରକାରଙ୍କ ପକ୍ଷରୁ ୧୦୪ ନଂ ସ୍ବତନ୍ତ୍ର ଭାବେ କୋଭିଡ-୧୯ ପାଇଁ ବ୍ୟବହୃତ କରାଯାଉଛି। ପ୍ରତ୍ୟେହ ଏଠାକୁ ୧୫ହଜାରରୁ ଅଧିକ କଲ୍‌ ଆସୁଥିବା ବେଳେ କିଛି ଫେକ୍‌ କଲ୍‌ର କର୍ମଚାରୀମାନଙ୍କୁ ଅଶାଳୀନ ଭାଷା ପ୍ରୟୋଗ କରୁଛନ୍ତି। ଏବେର ଜୀବନ ମରଣ ଭଳି ସଂଘର୍ଷମୟ ପରିସ୍ଥିତିରେ ଏଭଳି ଫୋନ୍‌ କରି ଲାଇନ୍‌ ବ୍ୟସ୍ତ ରଖିବା ଯୋଗୁ ଅନ୍ୟ କେହି ଆବଶ୍ୟକ ବ୍ୟକ୍ତିଙ୍କୁ ନିରାଶ ହେବାକୁ ପଡ଼ିପାରେ ବୋଲି କର୍ମକର୍ତ୍ତାମାନେ କହିଛନ୍ତି। ଏହାକୁ ନେଇ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଉକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ମଙ୍ଗଳବାର ଭାଜପା ଷ୍ଟାର ପ୍ରଚାରକ ଲିଷ୍ଟରେ ଅନୁଭବଙ୍କ ନାଁ ଥିଲା।

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri