ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ ଘରଠାରୁ ମାତ୍ର କିଛି ମିଟର ଦୂରରେ ଅସୁରକ୍ଷିତ ଭାବେ ରହିଛି। ଟ୍ରାନ୍ସଫର୍ମରଟି ଘରର ଅତି ନିକଟରେ ଥିବାରୁ ସୁଦର୍ଶନ ନିଜ ଘର ମରାମତି କାମ କରିବା ପାଇଁ ନାନା ହଇରାଣ ହେଉଥିବାବେଳେ ସବୁବେଳେ ଏକ ଅଜଣା ଭୟ ମଧ୍ୟରେ ଗତି କରୁଛନ୍ତି। ସାମାନ୍ୟ ଅସାବଧାନତା ବଡ଼ଧରଣର ଅଘଟଣ ଘଟାଇବାର ଆଶଙ୍କା ରହିଛି। ଏହି ସମସ୍ୟା ନେଇ ସ୍ଥାନୀୟ ବିଦ୍ୟୁତ୍‌ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କୁ ବାରମ୍ବାର ଅନୁରୋଧ କରାଯାଇଥିଲେ ମଧ୍ୟ ସେ ଏଥିପ୍ରତି କୌଣସି କର୍ଣ୍ଣପାତ କରୁନାହାନ୍ତି। ଆମ କଥା କେହି ଶୁଣୁନାହାନ୍ତି ବୋଲି ଅସହାୟ ସୁଦର୍ଶନ କ୍ଷୋଭର ସହ କହିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଟ୍ରାନ୍ସଫର୍ମର ଚାରିପଟେ ତୁରନ୍ତ ଏକ ଗାର୍ଡ ୱାଲ ନିର୍ମାଣ କରିବା ସହ ଏହାକୁ ସୁରକ୍ଷିତ କରିବାକୁ ସେ ସ୍ଥାନୀୟ ପ୍ରଶାସନ ନିକଟରେ ନିବେଦନ କରିଛନ୍ତି। ଯଥାଶୀଘ୍ର ପଦକ୍ଷେପ ନିଆଗଲେ ସେ ନିଜ ଘର କାମ ସମ୍ପୂର୍ଣ୍ଣ କରିବା ସହ ପରିବାର ସହ ସୁରକ୍ଷିତ ଭାବେ ରହିପାରନ୍ତେ ବୋଲି କହିଛନ୍ତି। ଏ ନେଇ ସ୍ଥାନୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଟେଲିଫୋନ ଯୋଗେ ଯୋଗାଯୋଗ କରିଥିଲେ ବି ସେ ଫୋନ ଉଠାଇନଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri