ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା ଯୋଗୁ ଅତ୍ୟନ୍ତ ଜରାଜୀର୍ଣ୍ଣ ଅବସ୍ଥାରେ ପହଞ୍ଚିଛି। ଘରର ଛାତ ଓ କାନ୍ଥରେ ବଡ଼ ବଡ଼ ଫାଟ ସୃଷ୍ଟି ହୋଇଥିବା ବେଳେ ବର୍ଷା ପାଣି ଘର ଭିତରକୁ ପଡୁଥିବାରୁ ବୃଦ୍ଧାଙ୍କ ଜୀବନ ବିପଦପୂର୍ଣ୍ଣ ହୋଇପଡ଼ିଛି। ବୁଧବାର ରାତିରେ ବୃଦ୍ଧାଙ୍କ ଘରର ପରିସ୍ଥିତି ଦେଖି ସ୍ଥାନୀୟ ଯୁବ ସମାଜସେବୀ ସନତ କୁମାର ସାହୁ ଓ ତାଙ୍କ ଭାଇ ସୁନୀଲ ସାହୁ ଦୁହେଁ ତୁରନ୍ତ ସହାୟତାର ହାତ ବଢ଼ାଇଥିଲେ। ବର୍ଷା ପାଣିରୁ କିଛି ପର୍ଯ୍ୟନ୍ତ ସୁରକ୍ଷା ମିଳିବା ପାଇଁ ସେ ଘର ଛାତ ଉପରେ ପୁରୁଣା ଫ୍ଲେକ୍ସ ବ୍ୟାନର ବିଛାଇ ଇଟା ରଖି ବାନ୍ଧିଦେଇଥିଲେ। ରାତିର ଅନ୍ଧକାର ଓ ବର୍ଷା ସତ୍ତ୍ୱେ ଏହି ମାନବିକ ପ୍ରୟାସକୁ ସ୍ଥାନୀୟ ଲୋକେ ପ୍ରଶଂସା କରିଛନ୍ତି।

ଗ୍ରାମବାସୀଙ୍କ କହିବା ଅନୁସାରେ ବୃଦ୍ଧା ଦୀର୍ଘଦିନ ଧରି ଅତ୍ୟନ୍ତ ଦୁର୍ଦ୍ଦଶାପୂର୍ଣ୍ଣ ଘରରେ ବସବାସ କରୁଛନ୍ତି। ବର୍ଷା ଦିନରେ ଘର ଭାଙ୍ଗିପଡ଼ିବାର ଆଶଙ୍କା ଥିବାରୁ ତୁରନ୍ତ ସରକାରୀ ସହାୟତା ଓ ପକ୍କା ଘର ଯୋଗାଇ ଦେବାକୁ ଗ୍ରାମବାସୀମାନେ ପ୍ରଶାସନଙ୍କୁ ଦାବି କରିଛନ୍ତି। ବୃଦ୍ଧାଙ୍କ ସ୍ବାମୀ ବିୟୋଗ ପରେ ଦୀର୍ଘ ବର୍ଷ ଧରି ଏକଲା ରହିଆସୁଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର…

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା

ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ…

ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri