ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର

କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ, ପୁରୁଣା ତାର ଓହଳିଥିଲେ ମଧ୍ୟ ଏହାର ମରାମତି ଦିଗରେ ଆଦୌ ଧ୍ୟାନ ଦେଉନି ବିଭାଗ। ଫଳରେ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟିଚାଲିଛି। ଅନୁଗୋଳ ଜିଲା କଣିହାଁ ବ୍ଲକରେ ମଧ୍ୟ ଏପରି ଅବହେଳା ଦେଖିବାକୁ ମିଳିଛି। ମାତ୍ର ୧୦ ଫୁଟ ଉଚ୍ଚରେ ଉଚ୍ଚକ୍ଷମତା ସମ୍ପନ୍ନ ତାର ଓହଳିଥିବାବେଳେ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ତୀବ୍ର ଅସନ୍ତୋଷ ଦେଖାଦେଇଛି।
କଣିହାଁ ବ୍ଲକ ଝରାବେରଣୀ ଓ ପଟ୍ଟାଖମଣ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମିତ ରାସ୍ତା ଉପରେ ଝୁଲି ରହିଛି ୩୩ କେଭି ବିଦ୍ୟୁତ୍‌ ତାର। ଭୂମିଠାରୁ ମାତ୍ର ୧୦ ଫୁଟ ଉଚ୍ଚରେ ତାର ଓହଳିଥିବାରୁ ଯେ କୌଣସି ମୁହୂର୍ତ୍ତରେ ଅଘଟଣ ଘଟିବାର ଆଶଙ୍କା ରହିଛି। ଏହାର ମରାମତି ପାଇଁ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କରୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ପଟ୍ଟାଖମଣ ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏହାର ମରାମତି ଓ ସଜାଡିବା କ୍ଷମତା ବିଦ୍ୟୁତ୍‌ ବିଭାଗ ସେସୁ ଏସ୍‌ଡିଓଙ୍କ ଅଧୀନରେ ଥିବାବେଳେ କେଉଁ କାରଣରୁ ଏହା କରାଯାଉନାହିଁ ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତୁରନ୍ତ ଏହାର ତଦନ୍ତ କରାଯିବା ସହ ତାର ମରାମତି କରାଯିବାକୁ ଦାବି ହୋଇଛି।
ଏ ସମ୍ପର୍କରେ କଣିହାଁ ସେକ୍ସନ ସେସୁ କନିଷ୍ଠ ଯନ୍ତ୍ରୀ ଯତୀନ୍ଦ୍ର ବାରିକଙ୍କୁ ପଚାରିବାରେ ସେ କହିଛନ୍ତି, ୩୩ କେଭି ବିଦ୍ୟୁତ୍‌ ମରାମତି କ୍ଷମତା ଆମ ପାଖରେ ନାହିଁ। ଏ ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇସାରିଛୁ। ଖୁବଶୀଘ୍ର ସମସ୍ୟା ଦୂର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri