ବିପଦସଂକେତ ଟପିଲା ଜଳକା

ବସ୍ତା,୧୯ା୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାର ବିଭିନ୍ନ ନଦୀରେ ଏବର୍ଷର ପ୍ରଥମ ବନ୍ୟାଜଳ ଆସିଛି। ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଗଙ୍ଗାହାର ନଦୀରେ ଜଳପତ୍ତନ ବୃଦ୍ଧି ପାଇଥିବା ବେଳେ ଜଳକା ନଦୀରେ ବନ୍ୟାଜଳ ରବିବାର ବିପଦ ସଂକେତ ଅତିକ୍ରମ କରିଛି। ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର। ମଧ୍ୟାହ୍ନରୁ ବନ୍ୟାଜଳ ବିପଦସଂକେତ ଟପି ପ୍ରବାହିତ ହେବାରେ ଲାଗିଛି। ସନ୍ଧ୍ୟା ୬ଟା ସୁଦ୍ଧା ଜଳସ୍ତର ୬.୧୭ମିଟର ଛୁଇଁଛି। ନଦୀରେ ଘଣ୍ଟାପ୍ରତି ଜଳସ୍ତର ୦.୦୮ମିଟର ବୃଦ୍ଧିପାଉଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖାଦେଇଛି।
ପ୍ରଶାସନ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲାରେ ଅତ୍ୟଧିକ ବର୍ଷା ହେବା ଯୋଗୁ ନଦୀର ଜଳସ୍ତର କ୍ରମେ ବୃଦ୍ଧି ପାଇ ଚାଲିଛି। ରବିବାର ବର୍ଷା ପରିମାଣ ହ୍ରାସ ପାଇବାରୁ ସେଭଳି ବଡ ଧରଣର ବନ୍ୟା ଆଶଙ୍କା ନ ଥିବା କୁହାଯାଉଛି। ଏବେ ନଦୀରେ ଆସିଥିବା ବନ୍ୟାଜଳ ଚାଷ ପାଇଁ ଉପଯୋଗୀ ହେବ ବୋଲି ଅନେକ ଚାଷୀ ମତବ୍ୟକ୍ତ କରିଛନ୍ତି। ପୂର୍ବରୁ ବନ୍ଦ ଥିବା ମଥାନୀସ୍ଥିତ ଜଳକା ପ୍ରୋଜେକ୍ଟର ସମସ୍ତ ଗେଟ ରବିବାର ଖୋଲି ଦିଆଯାଇଛି ା ଖବର ଲେଖା ହେବା ବେଳକୁ ନଦୀର ଜଳ ସ୍ତର କମିବା ଆରମ୍ଭ କରିଥିବା ବିଭାଗ ପକ୍ଷରୁ କୁହାଯାଇଛି। ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେବା ଯୋଗୁ କେତେକ ନଦୀକୂଳିଆ ଗ୍ରାମର ଚାଷ ଜମିରେ ପାଣି ମାଡିଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri